ଗୋଛା ସଂରକ୍ଷିତ ଜଙ୍ଗଲରେ ବନ ବିଭାଗର ଚଢ଼ାଉ: ୧୫ ଶାଗୁଆନ କାଠ ସହ ୯ ସାଇକେଲ ଜବତ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ପଞ୍ଚରିଡ଼ା ବନାଞ୍ଚଳ ଗୋଛା ସଂରକ୍ଷିତ ଜଙ୍ଗଲ ଶିମିଳି ଗ୍ରାମ ନିକଟରୁ ଚଢ଼ାଉ କରାଯାଇ କାଠ ଓ ସାଇକେଲ ଜବତ କରାଯାଇଛି। ଜବତ କାଠ ମଧ୍ୟରେ ୬ ଖଣ୍ଡ ଶାଳଗଣ୍ଡି , ୧୫ ଖଣ୍ଡ ଶାଗୁଆନ ଲଗ୍‌ ରହିଛି। ଏଥିସହିତ ୯ ସାଇକେଲ ଜବତ କରାଯାଇଛି। କାଠ ଚୋରମାନେ ହଳ ଓ ସାଇକେଲ୍‌ରେ ଜଙ୍ଗଲରୁ ଲକ୍ଷାଧିକ ଟଙ୍କାର କାଠ କାଟି ନେଇ ଯାଉଥିବା ବେଳେ ଶୁକ୍ରବାର ସନ୍ଧ୍ୟାରେ ବନ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା। ବନଖଣ୍ଡ ଅଧିକାରୀ ଧନରାଜ ଏଚଡି, ବନାଞ୍ଚଳ ଅଧିକାରୀ ଧନେଶ୍ୱର ରଥ, ବନପାଳ ଚନ୍ଦ୍ରମଣି ଡାକୁଆଙ୍କ ସମେତ ଜଙ୍ଗଲସୁରକ୍ଷା କର୍ମଚାରୀ ଶିମିଳି ଗ୍ରାମରେ ଚଢ଼ାଉ କରିଥିଲେ। ବନ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଦେଖି ଚୋରମାନେ କାଠ ଓ ସାଇକେଲ ଛାଡ଼ି ଫେରାର୍‌ ହୋଇଯାଇଥିଲେ। ସେମାନଙ୍କୁ ଧରିବା ପାଇଁ ଅନୁସନ୍ଧାନ କରାଯାଉଥିବା ବନାଞ୍ଚଳ ଅଧିକାରୀ ଧନେଶ୍ୱର ରଥ କହିଛନ୍ତି। ସେହିଭଳି ଜବତ କାଠର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri