Posted inଖେଳ

ଗୋଟିଏ ଓଭରରୁ ଗେଲ୍‌ଙ୍କ ୩୨ ରନ ସଂଗ୍ରହ

ବ୍ରମ୍ପଟନ (କାନାଡା), ୪।୮- ପାକିସ୍ତାନ ଲେଗ୍‌-ସ୍ପିନର ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍‌ ସଂଗ୍ରହ କରିଛନ୍ତି ଦୁର୍ଦ୍ଧର୍ଷ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌। ଏଠାରେ ଚାଲିଥିବା ଗ୍ଲୋବାଲ ଟି୨୦ ଲିଗ୍‌ରେ ଭାଙ୍କୋଭର ନାଇଟ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଗେଲ୍‌ ଏଡ୍‌ମଣ୍ଟନ ରୟାଲ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ବିସ୍ଫୋରକ ବ୍ୟାଟିଂ କରିଥିଲେ। ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଏଡ୍‌ମଣ୍ଟ ରୟାଲ୍ସ ବେନ୍‌ କଟିଂ (୭୨ ରନ) ଓ ମହମ୍ମଦ ନଓ୍ବାଜ (୪୦)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ୨୦ ଓଭରରେ ୯ ଉଇକେଟ୍‌ ହରାଇ ୧୬୫ ରନ ସଂଗ୍ରହ କରିଥିଲା। ଜବାବରେ ଭାଙ୍କୋଭର ନାଇଟ୍ସ ୧୬.୩ ଓଭରରେ ୪ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଦଳ ପକ୍ଷରୁ ଓପନର୍‌ ତଥା ଅଧିନାୟକ ଗେଲ୍‌ ୪୪ ବଲରୁ ୯ ଛକା ଓ ୬ ଚୌକା ସହାୟତାରେ ୯୪ ରନ୍‌ ସଂଗ୍ରହ କରି ଆଉଟ୍‌ ହୋଇଥିଲେ। ଏହି ବିସ୍ଫୋରକ ଇନିଂସ ଅବସରରେ ଗେଲ୍‌ ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍‌ ସଂଗ୍ରହ କରିଥିଲେ। ଶଦାବଙ୍କ ଏହି ଓଭରର ୬ଟି ଯାକ ବଲ୍‌ ଯଥାକ୍ରମେ ୬, ୬, ୪, ୪, ୬, ୬ ରହିଥିଲା। ପୂର୍ବରୁ ଗେଲ୍‌ ଏହି ଟୁର୍ନାମେଣ୍ଟରେ ୧୨୨ ରନର ଏକ ଶତକୀୟ ଇନିଂସ ଖେଳିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

୨୦୨୯ରେ ରାହୁଲ ଗାନ୍ଧୀ ହେବେ କି ବିରୋଧୀଙ୍କ ଚେହେରା? ମମତାଙ୍କ ଜବାବକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୩୦।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ବିରୋଧୀ INDIA ବ୍ଲକ୍‌ରେ ରାଜନୈତିକ ତତ୍ପରତା ବଢ଼ିଛି । ବୁଧବାର ନୂଆଦିଲ୍ଲୀରେ INDIA ବ୍ଲକ୍‌ର ନେତାମାନେ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?