ଗୋଟିଏ ଘରୁ ୩ ମୃତଦେହ ଉଦ୍ଧାର: ସ୍ତ୍ରୀ, ଝିଅଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଛତ୍ରପୁର, ୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପାଲିଆ ଛତ୍ରପୁର ମଝି ସାହିରେ ବୁଧବାର ଏକ ଦୁଃଖଦ ଘଟଣା ଘଟିିଛି। ଗୋଟିଏ ଘରୁ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ବୃନ୍ଦାବନ ବେହେରା ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତା।
ସୂଚନାଯୋଗ୍ୟ, ଉର୍ମିଳା ଓ ସୁନିତାଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ତଳେ ପଡିିଥିବା ବେଳେ ବୃନ୍ଦାବନଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଖବର ପାଇ ଛତ୍ରପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ୩ ଜଣଙ୍କ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ବୃନ୍ଦାବନ କାତି ସାହାଯ୍ୟରେ ସ୍ତ୍ରୀ ଓ ଝିଅଙ୍କୁ ହତ୍ୟା କରିବା ପରେ ଅନ୍ୟ ରୁମରେ ନିଜେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଛତ୍ରପୁର ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟଙ୍କ ନେତୃତ୍ୱରେ ସାଇଣ୍ଟିଫିକ୍‌ ଟିମ ଓ ସନ୍ଧାନୀ କୁକୁର ସହାୟତା ନିଆଯାଇ ତଦନ୍ତ ଚାଲିଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଛତ୍ରପୁର ଏସ୍‌ଡିପିଓ ଗୌତମ କିସାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିି ଅନୁଧ୍ୟାନ କରୁଛନ୍ତି। ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ପାରିବାରିକ ଅଶାନ୍ତି ଯୋଗୁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷରେ ମଲେଣି ୮ହାତୀ

ସୋନପୁର,୯ା୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ହାତୀଙ୍କ ଆବାସସ୍ଥଳୀ ଅସୁରକ୍ଷିତ ହୋଇପଡିଛି। କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ହାତୀଙ୍କୁ ସୁରକ୍ଷା ଦିଆ ଯାଇପାରୁନି। ବିଦ୍ୟୁତ୍‌ ଆଘାତରେ...

୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରକ ଜବତ: ୩ ଗିରଫ

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳରେ ଚୋରାରେ ଚାଲାଣ ହେଉଥିବା ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଟ୍ରକକୁ ଜବତ କରିଛି ପୋଲିସ। ଜବତ...

ମହିଳାଙ୍କୁ ହତ୍ୟା ଧମକ

ଗୋପାଳପୁର,୨୬ା୨: କାନ୍ଥକୁ ନେଇ ଦୁଇ ପଡ଼ୋଶୀଙ୍କ ମଧ୍ୟରେ ପାଟିତୁଣ୍ଡ ପରେ ଜଣେ ମହିଳାଙ୍କୁ ଗାଳିଗୁଲଜ ଓ ହତ୍ୟା ଧମକ ଦେଇଥିବା ଗୋପାଳପୁର ଥାନାରେ ବୁଧବାର ଅଭିଯୋଗ...

ଗଞ୍ଜାମର ୫୪୮୧ ହୋମ୍‌ କ୍ୱାରାଣ୍ଟାଇନ୍‌ରେ, ୭.୮୧ ଲକ୍ଷ ଘରେ ସ୍ବାସ୍ଥ୍ୟ ସମ୍ପର୍କିତ ଯାଞ୍ଚ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ପ୍ରତିହତ ଲାଗି ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଅପରପକ୍ଷରେ ଗଞ୍ଜାମ ଜିଲାକୁ...

ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ...

ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଅସୁସ୍ଥ

ବାସୁଦେବପୁର, ୫।୯ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ଚାନ୍ଦମାଳିସ୍ଥିତ ଜବାହର ନବୋଦୟ ବିଦ୍ୟାଳୟରେ ଶତାଧିକ ଛାତ୍ରୀଛାତ୍ର ଜ୍ୱର ସହିତ ଝାଡ଼ା ଓ ମୁଣ୍ଡବ୍ୟଥା ହେଉଥିବାରୁ...

ମହିଳାଙ୍କୁ ଦଳିଦେଲା ହାତୀ

ଖଇରା,୪ା୬(ଡି.ଏନ୍‌.ଏ.): ହାତୀ ଦଳିଦେବାରୁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ କଇଥଗଡ଼ିଆ ଗ୍ରାମର ସଜନୀ ସିଂ(୫୨) ଶନିବାର ପ୍ରାଣ ହରାଇଛନ୍ତି। ସଜନୀ ସକାଳେ ମୟୂରଭଞ୍ଜର ବଡ଼ହୁଡ଼ି...

ବ୍ଲକସ୍ତରୀୟ ବର୍ଷାକାଳୀନ ଖେଳକୁଦ ପ୍ରତିଯୋଗିତା

କେସିଙ୍ଗା,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ତରୀୟ ବର୍ଷାକାଳୀନ ଖେଳକୁଦ ପ୍ରତିଯୋଗିତା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ ବିଦ୍ୟାପୀଠ ଖେଳ ପଡିଆଠାରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement
Archives

Model This Week