ଗୋଟିଏ ଦିନରେ ପ୍ରକାଶ ପାଇପାରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୨।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ଶେଷ ସପ୍ତାହ କିମ୍ବା ଜୁନ୍‌ ପ୍ରଥମ ସପ୍ତାହ ବେଳକୁ ପରୀକ୍ଷା ଫଳ ପ୍ରକାଶ ପାଇବ। ତେବେ ଚଳିତବର୍ଷ ସବୁ ବିଭାଗର ପରୀକ୍ଷା ଫଳ ଗୋଟିଏ ଦିନରେ ପ୍ରକାଶ ପାଇପାରେ। ଏନେଇ ପରିଷଦ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ପୂର୍ବରୁ ପ୍ରାୟତଃ ବିଜ୍ଞାନ ପରୀକ୍ଷା ଫଳ ପ୍ରଥମେ ପ୍ରକାଶ ପାଇଥାଏ ଓ ଏହାପରେ ଅନ୍ୟ ବିଭାଗର ଫଳ ବାହାରିଥାଏ। କିନ୍ତୁ ଏଥର ଏକସଙ୍ଗେ ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଭାଗର ପରୀକ୍ଷା ଫଳ ପ୍ରକାଶ କରିବାକୁ ଯୋଜନା ହେଉଛି ବୋଲି ପରିଷଦ ଅଧ୍ୟକ୍ଷ ଅମରେନ୍ଦ୍ର ପଟ୍ଟନାୟକ କହିଛନ୍ତି। ସେପଟେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ଛାତ୍ରୀଛାତ୍ରମାନେ ସ୍ବାଗତ କରିଛନ୍ତି। ଅଲଗା ଦିନରେ ପରୀକ୍ଷା ଫଳ ପ୍ରକାଶ ପାଉଥିବାରୁ ପ୍ରବେଶିକା ପରୀକ୍ଷା ଦେବା ପାଇଁ ପଞ୍ଜୀକରଣବେଳେ ଅସୁବିଧା ହୋଇଥାଏ। ତେଣୁ ତାହା ଆଉ ହେବନି ବୋଲି ଛାତ୍ରୀଛାତ୍ରମାନେ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଚଳିତବର୍ଷ ରାଜ୍ୟରେ ମୋଟ ୩ଲକ୍ଷ ୫୦ ହଜାର ୮ଶହ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। କଳାରେ ୨ଲକ୍ଷ ୨୦ହଜାର ୪୩୭ ପରୀକ୍ଷାର୍ଥି ଥିବାବେଳେ ବିଜ୍ଞାନରେ ୯୭ ହଜାର ୫୪୬, ବାଣିଜ୍ୟରେ ୨୫ହଜାର ୭୮୫ ଓ ଧନ୍ଦାମୂଳକରେ ୭ ହଜାର ୩୨ ଜଣ ପରିକ୍ଷାର୍ଥୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri