Posted inଖେଳ

ଗୋଟିଏ ଦିନ ଘୁଞ୍ଚିଲା ବିସିସିଆଇ ନିର୍ବାଚନ: ବିନୋଦ

ନୂଆଦିଲ୍ଳୀ,୨୪।୯(ପି.ଟି.)- ବହୁ ପ୍ରତିକ୍ଷୀତ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ତାରିଖରେ ଗୋଟିଏ ଦିନ ଅଦଳବଦଳ ହୋଇଛି। ପୂର୍ବରୁ ଏହି ନିର୍ବାଚନ ଅକ୍ଟୋବର ୨୨ ତାରିଖରେ ହେବାର ଥିଲା। ତେବେ ବର୍ତ୍ତମାନ ଏହାକୁ ୨୩ ତାରିଖରେ ଆୟୋଜନ କରାଯିବ ବୋଳି ପ୍ରଶାସକ କମିଟି (ସିଓଏ) ମୁଖ୍ୟ ବିନୋଦ ରାୟ କହିଛନ୍ତି। ହରିୟାଣା ଓ ମହାରାଷ୍ଟ୍ରରେ ନିର୍ବାଚନ ହେବାକୁ ଯାଉଥିବାରୁ ଏପରି ପରିବର୍ତ୍ତନ କରିବାକୁ ହେଲା ବୋଲି ବିନୋଦ କହିଛନ୍ତି। ଉଭୟ ରାଜ୍ୟର ନିର୍ବାଚନ ଗୋଟିଏ ପର୍ଯ୍ୟାୟରେ ଅକ୍ଟୋବର ୨୧ ତାରିଖରେ ହେବ। ଦୁଇ ୟୁନିଟ୍‌ର ଭୋଟର ମେମ୍ବର ବୋର୍ଡ ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବା ନେଇ ସମସ୍ୟାର ସମ୍ମୁଖୀନ ହେବେ। ଫଳରେ ନିର୍ବାଚନ ତାରିଖକୁ ଗୋଟିଏ ଦିନ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଗଲା ବୋଲି ସେ କହିଛନ୍ତି। ନିର୍ବାଚନକୁ ଘୁଞ୍ଚାଇବା ସପକ୍ଷରେ ନ ଥିଲେ ମଧ୍ୟ ଦୁଇଟି ରାଜ୍ୟର ନିର୍ବାଚନ ପାଇଁ ଏପରି ନିଷ୍ପତ୍ତି ନେବାକୁ ହେଲା ବୋଲି ସିଓଏର ଅନ୍ୟତମ ସଦସ୍ୟା ଡାଏନା ଇଦୁଜୀ କହିଛନ୍ତି।
ସେପ୍ଟେମ୍ବର ୨୦ ତାରିଖରେ ସୁପ୍ରିମକୋର୍ଟ ଦେଇଥିବା ରାୟ ଅନୁସାରେ ବିସିସିଆଇ ନିର୍ବାଚନ ଏକାଥରକେ ଗୋଟିଏ ଦିନରେ ଆୟୋଜନ ହେବ। ତେବେ ରାଜ୍ୟ ଆସୋସିଏଶନ ନିର୍ବାଚନଗୁଡିକୁ ନିର୍ବାଚନ ପାଇଁ କିଛି ଦିନ ଅଧିକ ଦିଆଯାଇପାରେ ବୋଲି କୁହାଯାଇଥିଲା। ଗତ ମଙ୍ଗଳବାର ହୋଇଥିବା ସୁପ୍ରିମକୋର୍ଟ ଶୁଣାଣିରେ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ) ନିର୍ବାଚନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏ ନେଇ ବିନୋଦ ସନ୍ତୋଷ ପ୍ରକଟ କରିଛନ୍ତି। ଉଲ୍ଲେଖଥାଉ କି, ୨୦୧୭ଠାରୁ ସିଓଏ ଭାରତୀୟ କ୍ରିକେଟର ପରିଚାଳନା କରୁଛନ୍ତି। ପ୍ରଶାସନରେ ସଂସ୍କାର ଆଣିବା ପାଇଁ ସୁପ୍ରିମକୋର୍ଟ ଦ୍ୱାରା ନିଯୁକ୍ତ ଜଷ୍ଟିସ ଆରଏମ୍‌ ଲୋଧା କମିଟି ସିଓଏକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri