Posted inଜାତୀୟ

ଗୋଟିଏ ଦିନ ପାଇଁ ବ୍ରିଟିଶ ଡେପୁଟି ହାଇକମିଶନର ହେଲେ ଭାରତର ସାମ୍ବାଦିକତା ଛାତ୍ରୀ

ବେଙ୍ଗାଲୁର,୧୨।୧୦: ବେଙ୍ଗାଲୁରର ଜଣେ ସାମ୍ବାଦିକତା ଛାତ୍ରୀଙ୍କୁ ଗୋଟିଏ ଦିନ ପାଇଁ ବ୍ରିଟିଶ ଉପ ଉଚ୍ଚାୟୁକ୍ତ ହେବାର ସୌଭାଗ୍ୟ ମିଳିଛି। ଅନ୍ତରାଷ୍ଟ୍ରୀୟ ବାଳିକ ଦିବସରେ ମିଳିଥିବା ଏହି ଦୁର୍ଲଭ ଅବସରରେ ୨୪ ବର୍ଷୀୟା ଛାତ୍ରୀ ଅମ୍ବିକା ବାନାର୍ଜି ବ୍ରିଟେନ ଓ ଭାରତ ମଧ୍ୟରେ ଥିବା ରାଜନୈତୀକ ସମ୍ପର୍କ ବିଷୟରେ ଜାଣିଥିଲେ। ଜାତିସଂଘ ଦ୍ୱାରା ଘୋଷିତ ଅନ୍ତରାଷ୍ଟ୍ରୀୟ ବାଳିକ ଦିବସ ଅବସରରେ ଅମ୍ବିକାଙ୍କୁ ଏହା ମିଳିଥିଲା। ଶୁକ୍ରବାର ଗୋଟିଏ ଦିନ ପାଇଁ ଜେରିମି ପିମ୍ଲୋର ବେଡଫୋର୍ଡଙ୍କଠାରୁ ଏହି ଦାୟିତ୍ୱ ନେଇଥିଲେ। ଏହା ଭାରତର ତୃତୀୟ ସର୍ବୋଚ୍ଚ ପଦ ବୋଲି କୁହାଯାଉଛି। ଏହାସହ ଅମ୍ବିକା ବେଙ୍ଗାଲୁରଠାରେ ଥିବା ଉଚ୍ଚାୟୁକ୍ତ କାର୍ଯ୍ୟାଳୟରେ ସରକାର ଓ ଉଦ୍ୟୋଗପତିଙ୍କ ମଧ୍ୟରେ ଆୟୋଜିତ ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏହାପରେ ଅମ୍ବିକା କହିଛନ୍ତି, ଏହା ତାଙ୍କ ଜୀବନର ଏକ ମହତ୍ୱପୁର୍ଣ୍ଣ ଅବସର ଥିଲା। ଗୋଟିଏ ଦିନ ପାଇଁ ସେ ବ୍ରିଟିଶ ଉପ ଉଚ୍ଚାୟୁକ୍ତଙ୍କ କାର୍ଯ୍ୟାଳୟରେ ଥିବା ସମସ୍ତ ଅଧିକାରୀଙ୍କ ସହ ମିଶିବାର ଅବକାଶ ମିଳିଲା।


Enter your email to get our daily news in your inbox.

All Right Reserved By Dharitri.Com

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri