ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଗଞ୍ଜାମ ଏସ୍ପି ବ୍ରିଜେଶ ରଏଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ସ୍ଥାନୀୟ ଥାନାଧିକାରୀମାନେ ପହଞ୍ଚତ୍ ଗାଁ କୋଠ ଘରୁ ୬ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ପୋଲିସ ଉପରକୁ ଲଙ୍କାଗୁଣ୍ଡ, ବାଲି ଆଦି ଫିଙ୍ଗା ଯାଇଥିଲା। ଏ ନେଇ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଖଲ୍ଲିକୋଟ ପୋଲିସ ଥାନାରେ ଅଟକ ରଖିଛି। ଗୋପପୁର ଗ୍ରାମରେ କିଛିଦିନ ହେବ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୮ ସେପ୍ଟେମ୍ବରରେ ୩ ଜଣ ମହିଳା ଓ ଜଣେ ପୁରୁଷଙ୍କ ଗୋଡ଼ହାତ ବିନ୍ଧା, ଜ୍ୱର ହୋଇଥିଲା। ଏହା ଗୁଣିଗାରେଡି ଦ୍ୱାରା ହେଉଥିବା ଗ୍ରାମବାସୀ ସନ୍ଦେହ କରି ଜଣେ ଗୁଣିଆଙ୍କୁ ଡାକିଥିଲେ। ଏହା ଜାଣିବା ପରେ ତହସିଲଦାର, ଆଇଆଇସି ପ୍ରମୁଖ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କୁ ଖଲ୍ଲିକୋଟ ଡାକ୍ତରଖାନା ନେଇଥିଲେ। ପରେ ଅନ୍ଧବିଶ୍ୱାସ ଦୂର କରିବା ପାଇଁ ବ୍ରହ୍ମପୁରରୁ ଏକ ଡାକ୍ତରି ଟିମ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେ। କିନ୍ତୁ ଏସବୁ ସତ୍ତ୍ବେ ଗ୍ରାମବାସୀ କାଠଗଣ୍ଡି ପକାଇ ଗାଁ ମଧ୍ୟକୁ କାହାରିକୁ ନ ଛାଡ଼ି ଗୁଣି ସନ୍ଦେହରେ ଉକ୍ତ ୬ ଜଣଙ୍କୁ ମାଡ଼ ମାରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….
ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…
ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…
ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍…
ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍ରେ ପିଟି ପିଟି ମାରିଦେଲେ
କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…
ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…
ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍ଡିଜେଏମ୍ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…
୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ
କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…
ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା
ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…
ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

