ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ କହିବାନୁସାରେ, ମହୋତ୍ସବ ପାଇଁ ରାସ୍ତା ଲିଙ୍କ କରାଯାଇଛି। ଟ୍ରାଫିକ ଓ ପାର୍କିଂ ପାଇଁ ୧୯ ସ୍ଥାନ କରାଯାଇ ବସ୍, କାର ଓ ବାଇକ୍ ରଖାଯିବ। ଆବଶ୍ୟକ ପଡ଼ିଲେ ଅନ୍ୟ ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ମହୋତ୍ସବରେ ଜନଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କରାଯିବ। ୪ ଜଣ ଅତିରିକ୍ତ ଏସ୍ପି, ୧୦ ଡିଏସ୍ପି, ୩୦ ପ୍ଲାଟୁନ ପୋଲିସ ଫୋର୍ସ, ଅନ୍ୟ ପୋଲିସ ଅଧିକାରୀ ଓ ୨୦୦ ହୋମଗାଡ଼ ମୁତୟନ ରହିବେ। ଗୋପାଳପୁର ସହରକୁ ୮ ସେକ୍ଟର କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ୧୦୦ ସିସି ଟିଭି କ୍ୟାମେରା ସଂଲଗ୍ନ କରାଯିବା ସହ ବାଇକ୍ରେ ପାଟ୍ରୋଲିଂ କରାଯିବ। ସାଦା ପୋଷାକରେ ପୋଲିସ ରହିବେ ବୋଳି ଏସ୍ପି ମିଶ୍ର ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ସୁରକ୍ଷା, ବ୍ୟାରିକେଟ ବ୍ୟବସ୍ଥା ଓ ରିହରସାଲ ମଧ୍ୟ କରାଯାଇଛି।
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ
ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…
ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?
ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍ପିଜି…
ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ
ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…
Archives

