ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ କହିବାନୁସାରେ, ମହୋତ୍ସବ ପାଇଁ ରାସ୍ତା ଲିଙ୍କ କରାଯାଇଛି। ଟ୍ରାଫିକ ଓ ପାର୍କିଂ ପାଇଁ ୧୯ ସ୍ଥାନ କରାଯାଇ ବସ୍, କାର ଓ ବାଇକ୍ ରଖାଯିବ। ଆବଶ୍ୟକ ପଡ଼ିଲେ ଅନ୍ୟ ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ମହୋତ୍ସବରେ ଜନଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କରାଯିବ। ୪ ଜଣ ଅତିରିକ୍ତ ଏସ୍ପି, ୧୦ ଡିଏସ୍ପି, ୩୦ ପ୍ଲାଟୁନ ପୋଲିସ ଫୋର୍ସ, ଅନ୍ୟ ପୋଲିସ ଅଧିକାରୀ ଓ ୨୦୦ ହୋମଗାଡ଼ ମୁତୟନ ରହିବେ। ଗୋପାଳପୁର ସହରକୁ ୮ ସେକ୍ଟର କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ୧୦୦ ସିସି ଟିଭି କ୍ୟାମେରା ସଂଲଗ୍ନ କରାଯିବା ସହ ବାଇକ୍ରେ ପାଟ୍ରୋଲିଂ କରାଯିବ। ସାଦା ପୋଷାକରେ ପୋଲିସ ରହିବେ ବୋଳି ଏସ୍ପି ମିଶ୍ର ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ସୁରକ୍ଷା, ବ୍ୟାରିକେଟ ବ୍ୟବସ୍ଥା ଓ ରିହରସାଲ ମଧ୍ୟ କରାଯାଇଛି।
ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍କୁ ଡରେନି ଏହି ସରକାର…’
ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...
ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…
ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...
ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍ ଫଟୋ ଶେୟାର କରି କହିଲେ…
ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...
ପ୍ରଭାକର ସ୍ମାରକୀ ଭଲିବଲ୍ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ
ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...
ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…
କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...
ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍
ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...
ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ
ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...
ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...
Archives


