ଗୋପାଳପୁର,୨୪ା୧୨-ଚଳିତ ବର୍ଷ ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ପ୍ରସ୍ତୁତି ଶେଷ ହୋଇଛି। ମଙ୍ଗଳବାର ଅପରାହ୍ନରେ ମହୋତ୍ସବର ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବ୍ରହ୍ମପୁର ପୋଲିସ ପକ୍ଷରୁ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ସୋମବାର ସନ୍ଧ୍ୟାରେ ବ୍ରହ୍ମପୁର ଏସ୍ପି ପିନାକ ମିଶ୍ରଙ୍କ କହିବାନୁସାରେ, ମହୋତ୍ସବ ପାଇଁ ରାସ୍ତା ଲିଙ୍କ କରାଯାଇଛି। ଟ୍ରାଫିକ ଓ ପାର୍କିଂ ପାଇଁ ୧୯ ସ୍ଥାନ କରାଯାଇ ବସ୍, କାର ଓ ବାଇକ୍ ରଖାଯିବ। ଆବଶ୍ୟକ ପଡ଼ିଲେ ଅନ୍ୟ ସ୍ଥାନରେ ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯିବ। ମହୋତ୍ସବରେ ଜନଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କରାଯିବ। ୪ ଜଣ ଅତିରିକ୍ତ ଏସ୍ପି, ୧୦ ଡିଏସ୍ପି, ୩୦ ପ୍ଲାଟୁନ ପୋଲିସ ଫୋର୍ସ, ଅନ୍ୟ ପୋଲିସ ଅଧିକାରୀ ଓ ୨୦୦ ହୋମଗାଡ଼ ମୁତୟନ ରହିବେ। ଗୋପାଳପୁର ସହରକୁ ୮ ସେକ୍ଟର କରାଯାଇଛି। ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ୧୦୦ ସିସି ଟିଭି କ୍ୟାମେରା ସଂଲଗ୍ନ କରାଯିବା ସହ ବାଇକ୍ରେ ପାଟ୍ରୋଲିଂ କରାଯିବ। ସାଦା ପୋଷାକରେ ପୋଲିସ ରହିବେ ବୋଳି ଏସ୍ପି ମିଶ୍ର ସୂଚନା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ସୁରକ୍ଷା, ବ୍ୟାରିକେଟ ବ୍ୟବସ୍ଥା ଓ ରିହରସାଲ ମଧ୍ୟ କରାଯାଇଛି।
୧୬ରେ ଶ୍ରୀଗୁଣ୍ଡିଚା ରଥଯାତ୍ରା: ଗଞ୍ଜାମରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ
ଗଞ୍ଜାମ,୮।୭(ବିଦ୍ୟାଧର ସାହୁ ): ଆସନ୍ତା ସପ୍ତାହ ତଥା ଜୁଲାଇ ୧୬ରେ ବିଶ୍ୱ ପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା । ପ୍ରତିବର୍ଷ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଏହି ଘୋଷଯାତ୍ରା…
ଜୀରାନଦୀରେ ରିଂ ରୋଡ୍ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି
ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା,…
ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…
ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା…
ମଦ ଦୋକାନକୁ ନେଇ ଅସନ୍ତୋଷ: ବିରୋଧ, ରାସ୍ତାରୋକୋ
ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି।…
ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍
ବସ୍ତା, ୮।୭( ହରିଶଙ୍କର ପାଢ଼ୀ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା…
ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା
ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…
ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ
ଭୁବନେଶ୍ୱର,୮।୭(ସୁନିତ୍ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…
ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…
Archives

