Posted inଖେଳ

ଗୋପାଳସ୍ବାମୀ ବିସିସିଆଇ ନିର୍ବାଚନ ଅଧିକାରୀ

ମୁମ୍ବାଇ,୮।୬(ପି.ଟି.)- ଆସନ୍ତା ଅକ୍ଟୋବର ୨୨ ତାରିଖରେ ଆୟୋଜନ ହେବାକୁଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ପାଇଁ ପ୍ରାକ୍‌ ପସ୍ତୁତି ଆରମ୍ଭ ହୋଇଛି। ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଏନ୍‌. ଗୋପାଳସ୍ବାମୀ ଏହି ହାଇପ୍ରୋଫାଇଲ ନିର୍ବାଚନର ସୁପରିଚାଳନା ତଥା ତଦାରଖ ପାଇଁ ଇଲେକ୍ଟୋରାଲ ଅଫିସର ବା ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି। ଦେଶର ମୁଖ୍ୟ ନିର୍ବାଚନ କମିଶନଙ୍କ ଉପଦେଶ କ୍ରମେ ମାନ୍ୟବର ସୁପ୍ରିମକୋର୍ଟ ଏକ କମିଟ ଅଫ୍‌ ଆଡମିନିଷ୍ଟ୍ରେଟର ନିଯୁକ୍ତି କରିଛନ୍ତି। ଏହି କ୍ରମରେ ଗୋପାଳସ୍ବାମୀଙ୍କୁ ନିଯୁକ୍ତି ଦିଆଯାଇଛି ବୋଲି ବିସିସିଆଇ ତରଫରୁ କୁହାଯାଇଛି।
ମୁମ୍ବାଇ ସ୍ଥିତ ବିସିସିଆଇ ହେଡ୍‌କ୍ୱାର୍ଟରରେ ଗୋପାଳସ୍ବାମୀ କାର୍ଯ୍ୟକରିବା ସହିତ ର୍ନିବାଚନ ତଦାରଖ କରିବେ। ପ୍ରଶାସକ କମିଟି (ସିଓଏ) ଗତମାସ ଅକ୍ଟୋବର ୨୨ ତାରିଖରେ ବହୁପ୍ରତିକ୍ଷୀତ ବିସିସିଆଇ ନିର୍ବାଚନ ଆୟୋଜନ କରାଯିବ ବୋଲି ଘୋଷଣା କରିଥିଲା। ଉଲ୍ଲେଖଥାଉ କି, ସୁପ୍ରିମକୋର୍ଟ ୨୦୧୭ ଜାନୁୟାରୀରେ ସିଓଏ ନିଯୁକ୍ତି କରିଥିଲା। ଜଷ୍ଟିସ୍‌ ଆର.ଏମ୍‌. ଲୋଧା ପ୍ୟାନେଲଙ୍କ ସଂସ୍କାରମୂଳକ ପ୍ରସ୍ତାବ ଲାଗୁ କରିବା ଓ ଏହାର ତଦାରଖ କରିବା ପାଇଁ ସିଓଏ ଗଠନ କରାଯାଇଥିଲା। ଶୁକ୍ରବାର ବୈଠକରେ ବସି ସିଓଏ କିପରି ନିର୍ବାଚନ ସୂଚାରୁରୂପେ ପରିଚାଳନା କରାଯିବ ସେ ନେଇ ରୋଡ ମ୍ୟାପ୍‌ ପ୍ରସ୍ତୁତ କରିଥିଲା। ବିସିସିଆଇ ନିର୍ବାଚନ ପରେ ରାଜ୍ୟ ଆସୋସିଏଶନ ଗୁଡିକ ମଧ୍ୟ ସେପ୍ଟେମ୍ବର ୧୪ ସୁଦ୍ଧା ସେମାନଙ୍କୁ ନିର୍ବାଚନ ଶେଷ କରିବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?