ଗୋବିନ୍ଦପୁର ସୂତାକଳ ଭୂତକୋଠି

ଢେଙ୍କାନାଳ ଅଫିସ, ୨୨।୬:  ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ କଳିଙ୍ଗ ସମବାୟ ସୂତାକଳ ୧୮ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। ପରିଚାଳନା ଅଭାବରୁ ଏହା ଏବେ ଭୂତକୋଠିରେ ପରିଣତ ହୋଇଛି। ଶିଳ୍ପସମୃଦ୍ଧ ଜିଲାରେ ଗୋଟିଏ ପରେ ଗୋଟିଏ କଳକାରଖାନା ରୁଗ୍‌ଣ ହୋଇପଡୁଥିବାବେଳେ ଏହାକୁ ପୁନରୁଦ୍ଧାର କରିବାକୁ ଦାବି କରିଛି ଢେଙ୍କାନାଳ ସଚେତନ ନାଗରିକ ଫୋରମ୍‌। ଏ ନେଇ ଫୋରମ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
୫୨ ଏକର ପରିମିତ ଜମିରେ ୧୯୭୯ରେ ଏହି ସୂତାକଳ ପ୍ରତିଷ୍ଠା ହୋଇଥିଲା। ଏହା ଉପରେ ଆଖପାଖ ଅଞ୍ଚଳର ବହୁ ବୁଣାକାର ନିର୍ଭର କରୁଥିଲେ। ୧୯୯୨ ଯାଏ ଏହା ସ୍ବାଭାବିକ ଭାବେ ଚାଲୁଥିଲା। ପରବର୍ତ୍ତୀ ସମୟରେ ଏହାର ଅବସ୍ଥା ଶୋଚନୀୟ ହୋଇପଡ଼ିଲା। ୨୦୦୨ ବେଳକୁ ଏହା ସମ୍ପୂର୍ଣ୍ଣ ବନ୍ଦ ହୋଇଗଲା। ପରିଚାଳନାଗତ ତ୍ରୁଟି ପାଇଁ ସୂତାଳକର ବିଭିନ୍ନ ପ୍ରକୋଷ୍ଠ, ଗୋଦାମ, ଯନ୍ତ୍ରାଂଶ ନଷ୍ଟ ହୋଇଗଲାଣି। ଏହାର ପୁନରୁଦ୍ଧାର କରାଗଲେ ଜିଲାର କୁଶଳୀ, ଅର୍ଦ୍ଧକୁଶଳୀ ଏବଂ ଅଣକୁଶଳୀ ଶ୍ରମିକମାନେ କର୍ମସଂସ୍ଥାନ ପାଇପାରିବେ ବୋଲି ଫୋରମ୍‌ ସଭାପତି ପ୍ରଦ୍ୟୁମ୍ନ ରଥ, ଭୁବନେଶ୍ୱରସ୍ଥିତ ଢେଙ୍କାନାଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ରାଜନାରାୟଣ ତ୍ରିପାଠୀ, ଢେଙ୍କାନାଳ କ୍ରାନ୍ତି ସଙ୍ଗଠନ ସଭାପତି ଦୀପ୍ତିଶ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉକ୍ତ ସ୍ମାରକପତ୍ରରେ ଦର୍ଶାଇଛନ୍ତି। ଏମ୍‌ପି ମହେଶ ସାହୁଙ୍କ ଜରିଆରେ ଉକ୍ତ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିବା ଫୋରମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri