ଗୋବିନ୍ଦପୁର ସୂତାକଳ ଭୂତକୋଠି

ଢେଙ୍କାନାଳ ଅଫିସ, ୨୨।୬:  ଢେଙ୍କାନାଳ ସଦର ବ୍ଲକ ଗୋବିନ୍ଦପୁରସ୍ଥିତ କଳିଙ୍ଗ ସମବାୟ ସୂତାକଳ ୧୮ବର୍ଷ ହେଲା ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି। ପରିଚାଳନା ଅଭାବରୁ ଏହା ଏବେ ଭୂତକୋଠିରେ ପରିଣତ ହୋଇଛି। ଶିଳ୍ପସମୃଦ୍ଧ ଜିଲାରେ ଗୋଟିଏ ପରେ ଗୋଟିଏ କଳକାରଖାନା ରୁଗ୍‌ଣ ହୋଇପଡୁଥିବାବେଳେ ଏହାକୁ ପୁନରୁଦ୍ଧାର କରିବାକୁ ଦାବି କରିଛି ଢେଙ୍କାନାଳ ସଚେତନ ନାଗରିକ ଫୋରମ୍‌। ଏ ନେଇ ଫୋରମ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।
୫୨ ଏକର ପରିମିତ ଜମିରେ ୧୯୭୯ରେ ଏହି ସୂତାକଳ ପ୍ରତିଷ୍ଠା ହୋଇଥିଲା। ଏହା ଉପରେ ଆଖପାଖ ଅଞ୍ଚଳର ବହୁ ବୁଣାକାର ନିର୍ଭର କରୁଥିଲେ। ୧୯୯୨ ଯାଏ ଏହା ସ୍ବାଭାବିକ ଭାବେ ଚାଲୁଥିଲା। ପରବର୍ତ୍ତୀ ସମୟରେ ଏହାର ଅବସ୍ଥା ଶୋଚନୀୟ ହୋଇପଡ଼ିଲା। ୨୦୦୨ ବେଳକୁ ଏହା ସମ୍ପୂର୍ଣ୍ଣ ବନ୍ଦ ହୋଇଗଲା। ପରିଚାଳନାଗତ ତ୍ରୁଟି ପାଇଁ ସୂତାଳକର ବିଭିନ୍ନ ପ୍ରକୋଷ୍ଠ, ଗୋଦାମ, ଯନ୍ତ୍ରାଂଶ ନଷ୍ଟ ହୋଇଗଲାଣି। ଏହାର ପୁନରୁଦ୍ଧାର କରାଗଲେ ଜିଲାର କୁଶଳୀ, ଅର୍ଦ୍ଧକୁଶଳୀ ଏବଂ ଅଣକୁଶଳୀ ଶ୍ରମିକମାନେ କର୍ମସଂସ୍ଥାନ ପାଇପାରିବେ ବୋଲି ଫୋରମ୍‌ ସଭାପତି ପ୍ରଦ୍ୟୁମ୍ନ ରଥ, ଭୁବନେଶ୍ୱରସ୍ଥିତ ଢେଙ୍କାନାଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ରାଜନାରାୟଣ ତ୍ରିପାଠୀ, ଢେଙ୍କାନାଳ କ୍ରାନ୍ତି ସଙ୍ଗଠନ ସଭାପତି ଦୀପ୍ତିଶ ପ୍ରସାଦ ପଟ୍ଟନାୟକ ପ୍ରମୁଖ ଉକ୍ତ ସ୍ମାରକପତ୍ରରେ ଦର୍ଶାଇଛନ୍ତି। ଏମ୍‌ପି ମହେଶ ସାହୁଙ୍କ ଜରିଆରେ ଉକ୍ତ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଥିବା ଫୋରମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri