ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ

ଶଙ୍କରାଖୋଲ,୨୯ା୮ (ଡି.ଏନ୍‌.ଏ)-ଚକାପାଦ ଥାନା ପସରା ନିକଟରେ କଡ଼ିକାଡୁ ଘାଟିର ପାଣିପକା ବୁଲାଣିଆ ରାସ୍ତାରେ ବୁଧବାର ଦିନ ଗୋରୁ ପଲଙ୍କ ଉପରେ ବାଲି ବୋଝେଇ ଡମ୍ପର ମାଡିଯିବାରୁ ୫ ଗାଈ ବଳଦ ମୃତ ହୋଇଥିବା ବେଳେ ୧୫ରୁ ଅଧିକ ଗୋରୁ ଗାଈ ଆହତ ହୋଇଛନ୍ତି। ଏ ନେଇ ଚକାପାଦ ଥାନାରେ ୪୭/୧୯ରେ ମାମଲା ରୁଜୁ ହୋଇ ଡମ୍ପର ଚାଳକ ବିଧାନ ଗୌଡଙ୍କୁ ଗିରଫ କରିଥିବା ଥାନାଧିକାରୀ ତରୁଣ ତପନ ବେହେରା କହିଛନ୍ତି। ପ୍ରକାଶ ଅନୁଯାୟୀ ଟିକାବାଲିରୁ ମୁଣ୍ଡାଗାଁକୁ ବାଲି ବୋଝେଇ ଡମ୍ପର ଓଡି୦୨ଏ-୩୬୦୧ ଯାଉଥିବା ବେଳେ ଟିକାବାଲି-ଚକାପାଦ ରାସ୍ତାର ପସରା ନିକଟ ପାଣିପକା ବୁଲାଣିଆ ରାସ୍ତାରେ ଭାରସାମ୍ୟ ହରାଇ ବିପରୀତ ଦିଗରୁ ଗାଈଗୋରୁ ଗୋଠ ଆସୁଥିବା ସମୟରେ ମାଡିଯାଇଥିଲା। ଫଳରେ ଘଟଣାସ୍ଥଳରେ ୫ଗାଈଗୋରୁ ମୃତ୍ୟୁବରଣ ହୋଇଥିବା ବେଳେ ୧୫ରୁ ଅଧିକ ଗାଈଗୋରୁ ଆହତ ହୋଇଛନ୍ତି। କ୍ଷତିଗ୍ରସ୍ତ ହୋଇଥିବା ଗାଈଗୋରୁଙ୍କର ମାଲିକମାନେ ହେଲେ ପସରା ଗ୍ରାମର ଅରୁଣ ବିଷୋୟୀ, ଗଣ୍ଡା ମଲିକ, ପ୍ରାଞ୍ଜଳୀ ସାହୁ, ଖଗେଶ୍ୱର ନାୟକ ଓ ପଦ୍ମ ଚରଣ ବିଷୋୟୀଙ୍କର ଜଣାଯାଇଛି। ମୃତ ଗାଈଗୋରୁ ପସରା ପ୍ରାଣୀଧର କେନ୍ଦ୍ରର ଡାକ୍ତର ବିଭି ବିଜୟ କୁମାର ସାହୁ ଓ ସତ୍ୟ ନାରାୟଣ ପାଢୀ ଶବ ବ୍ୟବଚ୍ଛେଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri