ଗୋରୁ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୨୦ ଗୋରୁ ମୃତ, ବଜରଙ୍ଗ ଦଳର ଧାରଣା

ଧର୍ମଶାଳା,୨୨ା୭(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ରଥିଆ ନିକଟରେ ସୋମବାର ଭୋର ସମୟରେ ଏକ ଗୋରୁ ବୋଝେଇ କଣ୍ଟେନର ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ୨୦ ଗୋରୁଙ୍କର ମୃତ୍ୟୁ ଘଟିଛି। ଅବଶିଷ୍ଟ ୨୫ ଗୋରୁଙ୍କର ପତ୍ତା ମିଳିପାରି ନାହିଁ।
ପ୍ରକାଶ ଯେ, କଣ୍ଟେନର(ଓଆର୍‌୦୨ ଏନ୍‌୮୨୦୮) ଖୋର୍ଦ୍ଧା ଜିଲା ବେଗୁନିଆରୁ କୁଶପଲ୍ଲା ଗ୍ରାମର ସେକ୍‌ ଜବାର ୮ଟି ଛୋଟ ଷଣ୍ଢ ସହ ଗାଈ ଓ ବାଛୁରୀ ମୋଟ ୪୫ଟି ଗୋରୁ ନେଇ କଲିକତା ଅଭିମୁଖେ ଯାଉଥିଲେ। ୧୬ ନମ୍ବର ଜାତୀୟ ରାଜପଥ ପ୍ରଶସ୍ତୀକରଣ ପାଇଁ ରଥିଆ ନିକଟରେ ରାସ୍ତା ବନ୍ଦ ଥିବା ବେଳେ ଗାଡିଟି ଭାରସାମ୍ୟ ହରାଇ ୧୦ଫୁଟ ତଳକୁ ଓଲଟି ପଡ଼ିଥିଲା। ଏହି ଖବର ଜଣାପଡ଼ିବା ପରେ ଡିଏସ୍‌ପି କେଦାରନାଥ ସାହୁ ଓ ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଜେସିବି ମେଶିନ ସହାୟତାରେ ଗାଡ଼ିକୁ ଉଦ୍ଧାର କରିବା ସହ ସେଥିରେ ଥିବା ମୃତ ଗୋରୁଗୁଡ଼ିକୁ ଉଦ୍ଧାର କରିଛନ୍ତି। ଏହା ଜଣାପଡିବା ପରେ ଜାତୀୟ ରାଜପଥରେ ବେଆଇନ ଗୋଚାଲାଣକୁ ବିରୋଧକରି ଜିଲା ବଜରଙ୍ଗ ଦଳ ପକ୍ଷରୁ ରାଜ୍ୟ ପ୍ରବକ୍ତା ଚିନ୍ମୟ ସ୍ବରୂପ ପଣ୍ଡା, ଈଶ୍ୱର ପ୍ରଧାନ, କଳ୍ପତରୁ ପଣ୍ଡାଙ୍କ ନେତୃତ୍ୱରେ ବହୁ କର୍ମୀ ଧର୍ମଶାଳା ଥାନା ଆଗରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri