ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

କେସିଙ୍ଗା,୧୮।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୋଷ୍ଠୀସ୍ତରୀୟ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଏହି ଚକ୍ଷୁ ପରୀକ୍ଷାରେ କେସିଙ୍ଗା ବ୍ଲକର ୬ଟି କ୍ଲଷ୍ଟରୁ ୧୪୩ଜଣ ଛାତ୍ରୀଛାତ୍ର ଯୋଗଦାନ କରିଥିଲେ। ଏଥି ମଧ୍ୟରୁ ୩୨ଜଣ ଛାତ୍ରୀଛାତ୍ରଙ୍କ ଚଷମା ଦରକାର ହେଉଥିବାରୁ ସେମାନଙ୍କୁ ରିପୋର୍ଟ ଦିଲ୍ଲୀ ପଠାଯାଇଛି । ୧୦ ଜଣ ଛାତ୍ରୀଛାତ୍ରଙ୍କ ବିଭିନ୍ନ ଚକ୍ଷୁ ପରୀକ୍ଷା କରିବା ପାଇଁ ଭବାନୀପାଟଣାକୁ ରେଫର କରାଯାଇଛି। ଏଥିରେ ଡା. ଝସକେତନ ସାହୁ, ଚକ୍ଷୁ ସହାୟକ ଚିକିତ୍ସକ ଲଲିତ କୁମାର ପଟ୍ଟନାୟକ, ବିନୋଦ କୁମାର ବେହେରା, ଯୁଧିଷ୍ଠିର ପାତ୍ରଙ୍କ ଦ୍ୱାରା ଛାତ୍ରୀଛାତ୍ରମାନଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା । ଗୋଷ୍ଠୀ ଶିକ୍ଷା ଅଧିକାରୀ ବିଜୟ କୁମାର ସିଂହଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଘବ ମାଝି, ସୀମାଞ୍ଚଳ ବୁଦ୍ଧିଆ, ଶରତ ବାରିକ ଏବଂ ସୁଧାଂଶୁ ଶେଖର ପ୍ରଧାନ, ନିଳେନ୍ଦ୍ରୀ ମେହେର ପ୍ରମୁଖ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri