ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଆହତ

ହାତୀଓଟ,୨୦ା୬-ଗଞ୍ଜାମ ଜିଲା ପୋଲସରା ଥାନା ପାଣ୍ଡିରିପଡ଼ା ପଞ୍ଚାୟତ ଇଚ୍ଛାପୁର ଗ୍ରାମରେ ମଙ୍ଗଳବାର ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ପାଣ୍ଡିରିପଡ଼ାର ପୂର୍ବତନ ସରପଞ୍ଚ ଦଣ୍ଡପାଣି ନାୟକଙ୍କ ପୁଅ ସୁଶାନ୍ତ। ଆହତମାନେ ହେଲେ ପ୍ରମୋଦ ନାୟକ, ଉପେନ୍ଦ୍ର ବେହେରା ଓ ପୂର୍ଣ୍ଣ ନାୟକ। ଗୁରୁତର ଅବସ୍ଥାରେ ସୁଶାନ୍ତ ଓ ୩ ଆହତଙ୍କୁ ପ୍ରଥମେ ପୋଲସରା ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ନିଆଯାଇଥିଲା। ସେଠାରେ ସୁଶାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାରୁ ଏହି ଗୋଷ୍ଠୀ ସଂଘର୍ଷ ଘଟିଥିବା ଆଡିଶନାଲ୍‌ ଏସ୍‌ପି ସୀତାରାମ ଶତପଥୀ ସୂଚନା ଦେଇଛନ୍ତି।
ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲିକଙ୍କ ସୂଚନା ପ୍ରକାରେ, ସାହି ମଝିରେ ଉପେନ୍ଦ୍ର ଦ୍ରୁତ ଗତିରେ ବାଇକ ଚଳାଇ ଆସୁଥିଲେ। ପୂର୍ଣ୍ଣଙ୍କ ପୁଅ ରଙ୍କନିଧି ଏହାକୁ ବିରୋଧ କରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଉପେନ୍ଦ୍ର ଯାଇ ସୁଶାନ୍ତଙ୍କୁ ଏକ ସମ୍ପର୍କରେ କହିଥିଲେ। ପରେ ସୁଶାନ୍ତ ୪ଟି ବାଇକରେ ତାଙ୍କ ସହଯୋଗୀଙ୍କ ସହ ଆସି ପୂର୍ଣ୍ଣଙ୍କ ଘରେ ପଶି ପାଟିତୁଣ୍ଡ କରିଥିଲେ। ପରେ ଉଭୟ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଆକ୍ରମଣ ଓ ପ୍ରତିଆକ୍ରମଣରେ ସୁଶାନ୍ତ, ଉପେନ୍ଦ୍ର, ପ୍ରମୋଦ, ପୂର୍ଣ୍ଣ ପ୍ରମୁଖ ଆହତ ହୋଇଥିଲେ।
ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ କହୁଥିବାବେଳେ ମୃତ ସୁଶାନ୍ତଙ୍କ ବାପା ତଥା ପୂର୍ବତନ ସରପଞ୍ଚ ଦଣ୍ଡପାଣି ଏହାକୁ ରାଜନୈତିକ ହତ୍ୟାକାଣ୍ଡ ବୋଲି କହିଛନ୍ତି। ଷଡ଼ଯନ୍ତ୍ର କରି ମୋ ପୁଅକୁ ନିଦ୍ଦର୍ର୍ିଷ୍ଟ ଏକ ରାଜନୈତିକ ଦଳର ଗୁଣ୍ଡାମାନେ ହତ୍ୟା କରିଛନ୍ତି ବୋଲି ସେ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ଘଟଣା ପରେ ଆଡିଶନାଲ ଏସ୍‌ପି ସୀତାରାମ ଶତପଥୀ, ଏସଡିପିଓ ନିମାଇଁ ଚରଣ ସେଠୀ, ବୁଗୁଡ଼ା ଥାନାଧିକାରୀ ସିତାଂଶୁ ମାନ୍ଧାତା, କବିସୂର୍ଯ୍ୟନଗର ଥାନାଧିକାରୀ ତପନ କୁମାର ପତି, ଛତ୍ରପୁର ଥାନାଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ପ୍ରମୁଖଙ୍କ ସମେତ ୪ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି। ପୋଲିସ ଘଟଣାସ୍ଥଳରୁ ୪ ବାଇକ, ୨ ଖଣ୍ଡା, କାତି ଜବତ କରିଛି। କେତେଜଣ ବ୍ୟକ୍ତିଙ୍କୁ ଥାନାକୁ ଆଣି ପଚରାଉଚରା ମଧ୍ୟ ଚଳାଇଛି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନାଧିକାରୀ ମଲ୍ଲିକ ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ପୋଲିସ ତୀକ୍ଷ୍‌ଣ ଦୃଷ୍ଟି ରଖିଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ନୂତନ ପରିବା ବଜାର କମ୍ପ୍ଲେକ୍ସକୁ ସ୍ଥାନାନ୍ତର ପାଇଁ ତତ୍ପର ପୌରପରିଷଦ

ଛତ୍ରପୁର, ୨୧/୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଜନସାଧାରଣଙ୍କ ସୁବିଧା ପାଇଁ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ପକ୍ଷରୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ନବନିର୍ମିତ ପରିବା…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri