ଗ୍ରାମରକ୍ଷୀଙ୍କୁ ମିଳିନି ୪ ମାସର ଦରମା

ଢେଙ୍କାନାଳ ଅଫିସ,୧୭।୭: ଢେଙ୍କାନାଳ ଜିଲାର ବିଭିନ୍ନ ଥାନା, ଫାଣ୍ଡିରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କୁ ୪ ମାସ ହେଲା ଦରମା ମିଳିନାହିଁ। ଆର୍ଥିକ ଅନଟନ ମଧ୍ୟରେ ସେମାନେ ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ବକେୟା ପରିଶ୍ରମିକ ତୁରନ୍ତ ଦେବାକୁ ବୁଧବାର ଗ୍ରାମରକ୍ଷୀ ସଂଘର କର୍ମକର୍ତ୍ତାମାନେ ଏସ୍‌ପିଙ୍କୁ ଦ୍ୱାରସ୍ଥ ହୋଇଥିେଲେ। ଅଭିଯୋଗ ଅନୁଯାୟୀ, ଗ୍ରାମରକ୍ଷୀମାନେ ବର୍ଷତମାମ ଆଇନଶୃଙ୍ଖଳା ରକ୍ଷାରେ ନିୟୋଜିତ ହେଉଛନ୍ତି। ସେମାନଙ୍କୁ ମିଳୁଥିବା ଦରମା ହିଁ ପରିବାର ପ୍ରତିପୋଷଣର ଏକମାତ୍ର ମାଧ୍ୟମ। ହେଲେ ନିୟମିତ ଦରମା ପ୍ରଦାନ କରାଯାଉ ନ ଥିବାରୁ ସେମାନେ ନାହିଁ ନ ଥିବା ହୀନସ୍ତା ହେଉଛନ୍ତି। ତେଣୁ ତୁରନ୍ତ ବକେୟା ଟଙ୍କା ପ୍ରଦାନ କରିବାକୁ ସଂଘର କର୍ମକର୍ତ୍ତାମାନେ ଏସ୍‌ପି୍‌ଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ଦାବିପତ୍ର ପ୍ରଦାନ ବେଳେ ଭାଗୀରଥି ପାତ୍ର, ମନୋଜ ମଳିକ, ଅଜୟ ମଳିକ, ରବୀନ୍ଦ୍ର ମଳିକ, ସୁଦର୍ଶନ ମଳିକ, ରମେଶ ନାଏକ, ଦିବାକର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ, ଶୁଭମ କୁମାର ଟପ୍ପର

ନୂଆଦିଲ୍ଲୀ,୧ା୬: ୨୦୨୬ JEE ଆଡ୍‌ଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ଦିଲ୍ଲୀ ଜୋନ୍‌ରୁ ଶୁଭମ କୁମାର ଟପ୍ପର ହୋଇଛନ୍ତି। ସେ ମୋଟ୍‌ ୩୬୦ରୁ ୩୩୦ ନମ୍ବର ରଖି…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri