ଗ୍ରାମସଭାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ

ଯୋଡ଼ା,୧୪।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଶିଳ୍ପସଂସ୍ଥାର କାରଖାନା ନିର୍ମାଣ ପାଇଁ ହୋଇଥିବା ଗ୍ରାମସଭାକୁ କେନ୍ଦ୍ରକରି ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଛି। ଏ ନେଇ ଗଣ୍ଡଗୋଳର ଆଶଙ୍କା କରି ପୋଲିସ ପାଟ୍ରୋଲିଂକୁ କଡ଼ାକଡ଼ି କରିଛି। ଯୋଡ଼ା ଥାନା ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଗତ ଶୁକ୍ରବାର ଲହଣ୍ଡାଠାରେ ଏକ ଗ୍ରାମସଭା ଅନୁଷ୍ଠିତ ହୋଇଥିଲା। ଗ୍ରାମସଭା ସରିବା ପରେ ସନ୍ଧ୍ୟାରେ ଗ୍ରାମସଭା ବିରୋଧୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଗ୍ରାମସଭା ବିରୋଧୀ ଗୋଷ୍ଠୀ ସପକ୍ଷବାଦୀଙ୍କ ଘରକୁ ଯାଇ ଗଣ୍ଡଗୋଳ କରିବା ପାଇଁ ଉଦ୍ୟମ କରୁଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ସପକ୍ଷବାଦୀଙ୍କ ପକ୍ଷରୁ ପୋଲିସକୁ ଜଣାଇବା ପରେ ଉଭୟ ଗୋଷ୍ଠୀକୁ ଶନିବାର ଯୋଡ଼ା ଥାନାକୁ ପୋଲିସ ଡକାଇ ଆପୋସ ବୁଝାମଣା ପାଇଁ ଉଦ୍ୟମ ଜାରି କରିଥିବା ଯୋଡ଼ା ଥାନା ଆଇଆଇସି ବିଜୟକୃଷ୍ଣ ମହାପାତ୍ର କହିଛନ୍ତି। ତେବେ ଶନିବାର ସନ୍ଧ୍ୟାସୁଦ୍ଧା ଏହି ବିବାଦର କୌଣସି ସମାଧାନ ହୋଇପାରି ନ ଥିବା ଜଣାପଡ଼ିଛି। ସୂଚନା ଯେ, ଏକ ଶିଳ୍ପସଂସ୍ଥା ପକ୍ଷରୁ ଯୋଡ଼ା ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ଗ୍ରାମରେ କାରଖାନା ନିର୍ମାଣ ନିମନ୍ତେ ଜଙ୍ଗଲ ଜମିକୁ ଅଣ ଜଙ୍ଗଲ ଜମିରେ ରୂପାନ୍ତରିତ କରିବା ପାଇଁ ବ୍ଲକ ପକ୍ଷରୁ ବିଭିନ୍ନ ଗ୍ରାମରେ ସଭା କରାଯାଇଥିଲା। ଉକ୍ତ ଗ୍ରାମସଭାକୁ କେନ୍ଦ୍ରକରି କିଛି ବିରୋଧୀ ଓ ସପକ୍ଷବାଦୀଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା ା ତେବେ ଅଞ୍ଚଳରେ ଏହାକୁ ନେଇ ଏବେ ମଧ୍ୟ ଚାପା ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?