‘ଗ୍ରାମାଞ୍ଚଳ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ କରାଯିବ’

ଭଦ୍ରକ ଅଫିସ, ୧୮ା୧୨- ଗ୍ରାମାଞ୍ଚଳରେ ଶିକ୍ଷା ଭିତ୍ତିଭୂମିକୁ ଅଧିକ ସୁଦୃଢ କରାଯିବ। ଏଥିଲାଗି ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଗ୍ରାମାଞ୍ଚଳ ଶିଶୁଙ୍କୁ ଶିକ୍ଷାଭିମୁଖୀ କରିବା ସକାଶେ ଅଧିକ ସ୍କୁଲ ଖୋଲିବା ସହ ଗରିବ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଉଛି। ଏଭଳି ଯୋଜାନରେ ଶିକ୍ଷାର ଗୁଣାତ୍ମକ ମାନ ବଢି ପାରିବ। ରାଜ୍ୟ ସରକାରଙ୍କର ଏହି ଉଦ୍ଦେଶ୍ୟ ଫଳପ୍ରଦ କରିବାରେ ଅଭିଭାବକ, ଶିକ୍ଷକ, ଛାତ୍ରୀଛାତ୍ରଙ୍କ ମିଳିତ ଉଦ୍ୟମ ଆବଶ୍ୟକ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ମଙ୍ଗଳବାର ସନ୍ଧ୍ୟାରେ ଭଦ୍ରକ ବ୍ଲକର ଓଲଙ୍ଗଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉଦ୍‌ଘାଟନ ଅବସରରେ ମତବ୍ୟକ୍ତ କରିଛନ୍ତି। ଏହି ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ସଞ୍ଜୀବ ମଲ୍ଲିକ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ଶିକ୍ଷାଧିକାରୀ ସଂଗ୍ରାମ ସାହୁ, ଜିଲା ପରିଷଦ ଅଧ୍ୟକ୍ଷ ଦ୍ୱିଜବର ରାଉତ, ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ଜଗନ୍ନାଥ ସ୍ବାଇଁ, ଜିଲା ପରିଷଦ କ୍ଷୀରୋଦ କୁମାର ରାଉତ, ସରପଞ୍ଚ ଦେବୀଦତ୍ତା ମହାନ୍ତି, ସମିତିସଭ୍ୟ ରାଧାଶ୍ୟାମ ବେହେରା, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଶମ୍ଭୁନାଥ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ ।
ଉଲଙ୍ଗରେ ଗତବର୍ଷଠାରୁ ଏକ ଅସ୍ଥାୟୀ କ୍ୟାମ୍ପସ୍‌ରେ ଏହି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଥିଲା। ଏବେ ନିଜସ୍ବ ଗୃହ ସମେତ ଛାତ୍ରାଙ୍କ ପାଇଁ ଅଲଗା ହଷ୍ଟେଲ ବ୍ୟବସ୍ଥା କରାଯାଇଛି। ଏଠାରେ ଛାତ୍ରୀଛାତ୍ର ମାଗଣାରେ ହଷ୍ଟେଲରେ ରହି ଶିକ୍ଷା ଲାଭ କରି ପାରିବେ। ନବନିର୍ମିିତ କୋଠା ଉଦ୍‌ଘାଟନ କରିବା ଅବସରରେ ମନ୍ତ୍ରୀ ଗ୍ରାମାଞ୍ଚଳର ପ୍ରତିଭାକୁ ବିକଶିତ କରି ଆଗକୁ ଆଣିବା ଲାଗି ସରକାର ସଦାସର୍ବଦା ଚେଷ୍ଟା ଚଳାଇଛନ୍ତି ବୋଲି କହିଥିଲେ। ଏହି ଉତ୍ସବରେ ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ଉପସ୍ଥିତ ଥିଲେ। ଏଥିପୂର୍ବରୁ ମନ୍ତ୍ରୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ, ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ଏକ ପାଠାଗାର ଗୃହର ମଧ୍ୟ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri