ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ଦିଗହରା: ଭଙ୍ଗା ଘରେ ଅସହାୟ ମହିଳା

କପ୍ତିପଦା,୯ା୮(ଡ଼ି.ଏନ୍‌.ଏ.)- ସରକାର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ହିତାଧିକାରୀମାନଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ନିୟମ କରିଛନ୍ତି। ପ୍ରକୃତ ହିତାଧିକାରୀ କିପରି ଏହି ଯୋଜନାରେ ସାମିଲ ହେବେ ସେଥିନେଇ ପ୍ରତି ପଞ୍ଚାୟତରେ ଗ୍ରାମସଭା ଓ ପଲ୍ଲିସଭା ମାଧ୍ୟମରେ ତାଲିକା ପ୍ରସ୍ତୁତ କରାଯାଉଛି। ମାତ୍ର ଏହି ଯୋଜନା କପ୍ତିପଦା ବ୍ଲକ୍‌ରେ ସମ୍ପୂର୍ଣ୍ଣ ଦିଗହରା ହୋଇଛି। ଏହି ବ୍ଲକର ଅଧିକାଂଶ ପଞ୍ଚାୟତରେ ହିତାଧିକାରୀଙ୍କ ନାମ ଗ୍ରାମସଭା ସଭା ତାଲିକାରେ ଥିଲେ ମଧ୍ୟ ଘର କରିଦେବୁ କହି ସେମାନଙ୍କଠାରୁ ୧୦ରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଆଦାୟ କରାଯାଉଥିବା ଜଣେ ହିତାଧିକାରୀ ନାମ ଗୋପନ ରଖି କହିଛନ୍ତି। ପ୍ରକୃତ ହିତାଧିକାରୀ ଏହି ଯୋଜନାରୁ ବାଦ ପଡୁଥିବା ବେଳେ ଥିଲାବାଲା ଏହି ଯୋଜନାର ଫାଇଦା ନେଉଛନ୍ତି। ଏଥିରେ କେତେକ ସରକାରୀ ଅଧିକାରୀଙ୍କ ପ୍ରଚ୍ଛନ୍ନ ହାତଥିବା ଅଭିଯୋଗ ହେଉଛି। ଏପରି ଏକ ଘଟଣା ଦେଖିବାକୁ ମିଳିଛି କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଈପୁର ପଞ୍ଚାୟତ ଢିପାସାହି ଗ୍ରାମରେ ା ଏହି ଗ୍ରାମର ବିଧବା ମହିଳା ଦଶମା ବେୱା (୭୦) ଅସହାୟ ଭାବେ ଜୀବନ ବିତାଉଛନ୍ତି। ତାଙ୍କ ପୁଅ ଥିଲେ ମଧ୍ୟ ସେ ପରିବାର ନେଇ ଅନ୍ୟତ୍ର ରହୁଛନ୍ତି। ମାସକୁ ରାଶନକାର୍ଡରେ ୫ କିଲୋ ଚାଉଳ ଓ ୫୦୦ଟଙ୍କା ଭତ୍ତା ହିଁ ତାଙ୍କର ସାହାରା ା ଏହା ସରିଗଲେ ପରିଣତ ବୟସରେ ପର ଘରେ ମୂଲ ନ ଲାଗିଲେ ଦଶମାଙ୍କ ଚୁଲି ଜଳେ ନାହିଁ। ଭଙ୍ଗା କାନ୍ଥ ଓ ନଡା ଛପର ଘରେ ସେ ବିପଦସଙ୍କୁଳ ଅବସ୍ଥାରେ ବସବାସ କରୁଛନ୍ତି। ଭଙ୍ଗା ଘର ସମ୍ପର୍କରେ ତାଙ୍କୁ ପଚାରିବାରୁ ସେ କୁହନ୍ତି, ପ୍ରତିବର୍ଷ ପଞ୍ଚାୟତରେ ହେଉଥିବା ଗ୍ରାମସଭା ଓ ପଲ୍ଲିସଭାରେ ଘର ପାଇଁ ତାଙ୍କ ନାମ ଦିଅନ୍ତି ା ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କୁ କାହିଁକି ଘର ମିଳୁ ନାହିଁ ତାହା ସେ ଜାଣିପାରୁ ନାହାନ୍ତି। ଘର ବାବଦରେ ଯାହାକୁ ଯେତେ କାକୁତିମିନତି ହେଲେ ମଧ୍ୟ କେହି ତାଙ୍କ କଥା ଶୁଣୁ ନ ଥିବା ସେ ପ୍ରକାଶ କରିଛନ୍ତି ା ଏ ସଂକ୍ରାନ୍ତରେ ସେ ଜିଲାପାଳ, ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଆବଶ୍ୟକ ପଡ଼ିଲେ ବ୍ଲକ ସମ୍ମୁଖରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଛନ୍ତି। ଏଥିନେଇ କପ୍ତିପଦା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ମୁଁ ଜାଣିନି ଓ ସରପଞ୍ଚଙ୍କ ସହିତ ଆଲୋଚନା କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri