Posted inଜାତୀୟ

ଗ୍ରାମ୍ୟ ନ୍ୟାୟାଳୟ ବିଳମ୍ବକୁ ନେଇ ରାଜ୍ୟକୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ,୧୨ା୨: ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନକୁ ନେଇ ଏକ ପିଟିଶନ ଉପରେ ସତ୍ୟପାଠ ଦାଖଲରେ ବିଳମ୍ବ କରିଥିବା ଓଡ଼ିଶା ସରକାରଙ୍କ ଉପରେ ସୁପ୍ରିମକୋର୍ଟ ୧ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିଥିଲେ। ଅର୍ଥଦଣ୍ଡରୁ ବାଦ୍‌ ଦେବା ପାଇଁ ରାଜ୍ୟ ସରକାର କରିଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଅଗ୍ରାହ୍ୟ କରିଦେଇଛନ୍ତି। ଫଳରେ ରାଜ୍ୟ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। ବିଚାରପତି ଏନ୍‌.ଭି. ରମାନା, କ୍ରିଷ୍ଣା ମୁରାରି ଏବଂ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡିଶା ଓ ଛତିଶଗଡ଼ର ଜରିମାନା ଛାଡ଼ ଆବେଦନକୁ ଖାରଜ କରିଦେବା ସହ ଯେଉଁ ରାଜ୍ୟମାନେ ଏକ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିନାହାନ୍ତି ସେମାନଙ୍କ ଜରିମାନା ପରିମାଣକୁ ଦ୍ୱିଗୁଣିତ କରିଛନ୍ତି। ସବୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେବାକୁ ନ୍ୟାଶନାଲ ଫେଡେରେଶନ ଅଫ ସୋସାଇଟିଜ୍‌ ଫର ଲାଷ୍ଟ ଜଷ୍ଟିସ୍‌ ପକ୍ଷରୁ ପିଟିଶନ ଦାଏର ହୋଇଥିଲା। ଗ୍ରାମାଞ୍ଚଳ ଲୋକଙ୍କୁ ଶୀଘ୍ର ଓ ସୁବିଧାରେ ନ୍ୟାୟ ଯୋଗାଇଦେବା ପାଇଁ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ ନିମନ୍ତେ ୨୦୦୮ରେ ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri