ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରଶିକ୍ଷଣ କମିଟି ବୈଠକ: ‘କର୍ମଠ ହୁଅ, ବିପର୍ଯ୍ୟୟ ମୁକାବିଲା କର’

ଢେଙ୍କାନାଳ ଅଫିସ, ୨୦ା୭ – ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ସଦସ୍ୟମାନେ ଉତ୍ସାହୀ, ଦକ୍ଷ, କର୍ମଠ ହେଲେ ପ୍ରାକୃତିକ ବିପତ୍ତିର ସଫଳ ମୁକାବିଲା କରାଯାଇପାରିବ। ସମସ୍ତେ ସଚେତନ ହୋଇ ସହଯୋଗିତା ଭିତ୍ତିରେ କାର୍ଯ୍ୟକଲେ ଧନଜୀବନର ସୁରକ୍ଷା କରାଯାଇପାରିବ ବୋଲି କହିଛନ୍ତି ଢେଙ୍କାନାଳ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଆପତ୍‌କାଳୀନ ବିଭାଗ ପକ୍ଷରୁ ଶୁକ୍ରବାର ଆୟୋଜିତ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା ଯୋଜନା-୨୦୧୯ ସମ୍ପର୍କିତ ଜିଲାସ୍ତରୀୟ ପ୍ରଶିକ୍ଷଣ ଏବଂ ପରାମର୍ଶ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଏହା କହିଛନ୍ତି।
ବିପର୍ଯ୍ୟୟ ସମୟରେ ଗ୍ରାମାଞ୍ଚଳରେ ପ୍ରଭୂତ କ୍ଷତି ହେଉଛି। ଏହାକୁ ରୋକିବାକୁ ଆସନ୍ତା ୬ମାସ ମଧ୍ୟରେ ସମସ୍ତ ଯୋଜନା ସମ୍ପୂର୍ଣ୍ଣ କରାଯିବ। ପ୍ରାଥମିକ ପର୍ଯ୍ୟାୟରେ ଜିଲାର ୨୫୦ ଗ୍ରାମରେ ଏହା ଯୋଜନା କାର୍ଯ୍ୟ କରିବ। ପ୍ରତି ଗ୍ରାମରେ ୧୫ରୁ ୨୫ଜଣ ସଦସ୍ୟ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ହେଉଥିବା ସମ୍ପଦକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରିବେ, ଯଦ୍ଦ୍ବାରା କ୍ଷୟକ୍ଷତିକୁ ଯଥାସମ୍ଭବ ହ୍ରାସ କରାଯାଇପାରିବ। ଗ୍ରାମର ସର୍ବାଙ୍ଗୀନ ଉନ୍ନତି ପାଇଁ କମିଟି କର୍ମକର୍ତ୍ତା ଯତ୍ନବାନ ହେବେ। ଏହାଦ୍ୱାରା ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ହୋଇପାରିବ। ଏହାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ୩ ସ୍ବେଚ୍ଛାସେବୀ ଅନୁଷ୍ଠାନକୁ ଚୟନ କରାଯାଇଛି। ୱାର୍ଡମେମ୍ବର, ଏସ୍‌ଏଚ୍‌ଜି ସଭ୍ୟ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ଯୁବ ସଙ୍ଗଠନ ସଦସ୍ୟ, ପୂର୍ବତନ ସରକାରୀ କର୍ମଚାରୀ, ପୋଲିସ ବିଭାଗର ଅବସରପ୍ରାପ୍ତ କର୍ମଚାରୀ, ଗ୍ରାମରକ୍ଷୀଙ୍କୁ କମିଟିରେ ସାମିଲ କରାଯିବ। ଉକ୍ତ କମିଟି ସରକାରଙ୍କ ଦ୍ୱାରା ନିରୂପିତ ୨୦ ପ୍ରକାରର ବିପର୍ଯ୍ୟୟ ପରିଚାଳନା ନିମନ୍ତେ ତ୍ରିସ୍ତରୀୟ ଖସଡ଼ା ପ୍ରସ୍ତୁତ କରିବା ସହ ଏହାକୁ ନିୟମିତ ତଦାରଖ କରିବେ। ପ୍ରାକୃତିକ ବିପର୍ଯ୍ୟୟର ସଫଳ ମୁକାବିଲା କରିବାକୁ ଜିଲା ବିପର୍ଯ୍ୟୟ ପରିଚାଳନା କମିଟି, ବ୍ଲକ ଏବଂ ଗ୍ରାମ୍ୟ ବିପର୍ଯ୍ୟୟ ପରିଚାଳନା କମିଟି ସମନ୍ବୟ ରଖି କାର୍ଯ୍ୟ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଜିଲାରେ ସାପ କାମୁଡ଼ା ମୃତ୍ୟୁହାର ଅଧିକ ରହିଛି। ଏଥିପ୍ରତି ସଚେତନ ହେବା ଏବଂ ସ୍ବାସ୍ଥ୍ୟକେନ୍ଦ୍ରରେ ଆବଶ୍ୟକ ଚିକିତ୍ସା ସୁବିଧା ଉପଲବ୍ଧ କରାଇବା ନେଇ ଗୁରୁତ୍ୱାରୋପ କରାଯାଇଛି। ଠିକ୍‌ ସମୟରେ ବ୍ୟବଚ୍ଛେଦ ରିପୋର୍ଟ ପ୍ରଦାନ କଲେ ମୃତକଙ୍କ ପରିବାରକୁ ତୁରନ୍ତ କ୍ଷତିପୂରଣ ମିଳିପାରିବ। ଏ ଦିଗରେ ତହସିଲଦାରମାନେ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି। ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ବିଡିଓ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀମାନେ ସମାଧାନ କରିବା ଏବଂ ବାକି ପଡ଼ିଥିବା ଅଭିଯୋଗର ତୁରନ୍ତ ସମାଧାନ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ଡିପିଏମ୍‌ ନିମାଇଁ ଚରଣ ଦାସ ଯୋଜନାର ରୂପରେଖକୁ ପାୱାରପଏଣ୍ଟ ମାଧ୍ୟମରେ ଉପସ୍ଥାପନ କରିଥିଲେ। ପ୍ରାରମ୍ଭରେ ଜିଲା ଆପତ୍‌କାଳୀନ ଅଧିକାରୀ ଶଶାଙ୍କ ଶେଖର ମିଶ୍ର କାର୍ଯ୍ୟକ୍ରମର ବିବରଣୀ ପାଠ କରିଥିଲେ। ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଅତିରିକ୍ତ ଏସ୍‌ପି ହରେକୃଷ୍ଣ ପ୍ରଧାନଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ତହସିଲଦାର, ବିଡିଓ, ସ୍ବେଚ୍ଛାସେବୀ ଅନୁଷ୍ଠାନ, ଓଡ୍ରାଫ ଟିମ୍‌ର ସଦସ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri