ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍‌ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ପ୍ରବଳ ଗ୍ରୀଷ୍ମରେ ରକ୍ତ ଅଭାବକୁ ଦୁର କରିବା ଏବଂ ସ୍ବେଚ୍ଛାକୃତ ରକ୍ତଦାତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ସପ୍ତମ ଥର ଲାଗି ରକ୍ତଦାନ ଶିବିର ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ’ ଅନୁଷ୍ଠିତ ହୋଇଥିଲା। ଏଥର ଶିବିରରେ ୧୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦିଲୀପ କୁମାର, କୋଷାଧ୍ୟକ୍ଷ ଦୀପକ ପାତ୍ର, ପରିଷଦର ସଭାପତି ସାଗର କୁମାର ପାତ୍ର, ନେଚର୍ସ ଲଭର୍ସ ଓଡିଶାର ଆବାହକ ଶ୍ରୀନିବାସ ରାଜନାଙ୍କ ସମେତ ବହୁ ସ୍ବେଚ୍ଛାସେବୀ ଯୋଗଦେଇ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ୭ ଗୋଟି ଶିବିରରେ ସମୁଦାୟ ୧୩୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri