ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବ: ଅଣ୍ଟାର୍କଟିକାରେ ଧ୍ୱଂସ ହେବାରେ ଲାଗିଛି ପେଙ୍ଗୁଇନ୍‌ ଆଶ୍ରୟ ସ୍ଥଳ

ଓ୍ବାଶିଂଟନ,୨୭।୪: ଗ୍ଲୋବାଲ ଓ୍ବାର୍ମିଂର ପ୍ରଭାବରେ ଜଳଜୀବ ପ୍ରଜାତି ସମେତ ପେଙ୍ଗୁଇନ୍‌ ବଂଶ ଏବେ ବିଳୁପ୍ତି ଦ୍ୱାରା ଦେଶରେ ପହଞ୍ଚିଛି। ଇତିମଧ୍ୟରେ କେତେକ ପ୍ରଜାତିର ଜଳଜୀବ ଏବଂ ଉଦ୍ଭିଦ ଲୋପ ମଧ୍ୟ ହୋଇସାରିଛନ୍ତି। ୨୦୧୬ରେ ଅଣ୍ଟାର୍କଟିକାରେ ଜଳବାୟୁ ପରିବର୍ତ୍ତନର ପ୍ରଭାବରେ ଝଡ଼ ସୃଷ୍ଟି ହୋଇଥିଲା। ଏହାଯୋଗୁ ହିମ ପାହାଡ଼ ତରଳିବାରେ ଲାଗିଥିଲା। ୨୦୧୭ ଏବଂ ୨୦୧୮ରେ ଏଠାରେ ଏହି ଧାରା ଜାରି ରହିଛି। ଫଳରେ ଏଠାରେ ବାସ କରୁଥିବା ପେଙ୍ଗୁଇନ୍‌ ବଂଶ ଅନ୍ୟ ଅଞ୍ଚଳକୁ ସ୍ଥାନାନ୍ତରିତ ହେବାରେ ଲାଗିଛନ୍ତି। କେତେକ ପେଙ୍ଗୁଇନ୍‌ ପରିବର୍ତ୍ତିତ ପରିବେଶରେ ଖାପଖୁଆଇ ନ ଚଳିପାରି ମରି ଯାଇଥିବା ବିଶେଷଜ୍ଞ ସୂଚନା ଦେଇଛନ୍ତି। ଉପଗ୍ରହରୁ ମିଳିଥିବା ଚିତ୍ରରୁ ଜଣାପଡ଼ିଛି ଯେ, ପେଙ୍ଗୁଇନ୍‌ ଏବେ ଅନ୍ୟ ଉପଯୁକ୍ତ ସ୍ଥାନ ସନ୍ଧାନରେ ଅଛନ୍ତି। ଯଦି ସେମାନଙ୍କୁ ଉପଯୋଗୀ ଆଶ୍ରୟ ସ୍ଥଳ ନ ମିଳେ ତେବେ ଏହି ପ୍ରଜାତି ପାଇଁ ବିପଦ ସୃଷ୍ଟି ହେବ ବୋଲି ବ୍ରିଟିଶ୍‌ ଅଣ୍ଟାର୍କଟିକା ସର୍ଭେ(ବିଏଏସ୍‌) ପକ୍ଷରୁ କୁହାଯାଇଛି। ଏଠାରେ ପୂର୍ବରୁ ୨୫ ହଜାରୁ ଅଧିକ ପେଙ୍ଗୁଇନ୍‌ ଥିଲେ। ମାତ୍ର ବର୍ତ୍ତମାନ ସେମାନଙ୍କ ସଂଖ୍ୟା ଧୀରେଧୀରେ କମିବାରେ ଲାଗିଥିବା ବିଏଏସ୍‌ ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ପାଇଁ ଏଚ୍‌-୧ବି ଭିଜା ବନ୍ଦ ଲାଗି ଆମେରିକା ସିନେଟ୍‌ରେ ବିଲ୍‌ ଆଗତ

ଓ୍ୱାଶିଂଟନ,୨୬ା୭: ଆମେରିକା ସିନେଟ୍‌ରେ ଏକ ନୂଆ ବିଧେୟକ ଆସିଛି। ଏହି ବିଲ୍‌ ଅନୁଯାୟୀ ଆଗାମୀ ୩ବର୍ଷ ପାଇଁ ନୂତନ ଏଚ୍‌-୧ବି ଭିଜା ସେବା ବନ୍ଦ ରଖିବାକୁ ଏବଂ…

ରାତ୍ରୀଭୋଜନରେ ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ସମସ୍ତେ ଆଶ୍ଚର୍ଯ୍ୟ, କହିଲେ ତୃତୀୟ ଥର ରାଷ୍ଟ୍ରପତି…

ଓ୍ବାଶିଂଟନ,୨୫।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଆସୋସିଏସନ୍ ରାତ୍ରୀଭୋଜନରେ ସମ୍ଭାବ୍ୟ ତୃତୀୟ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ବିଷୟରେ ମନ୍ତବ୍ୟ ଦେଇଥିଲେ । ଯାହାକି ସମସ୍ତଙ୍କୁ…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

ବାଂଲାଦେଶକୁ ବଡ଼ ଝଟକା, ଇସ୍ତଫା ଦେଲେ ରାଷ୍ଟ୍ରପତି

ଢାକା,୨୪।୭: ବାଂଲାଦେଶ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ୨୪ ଜୁଲାଇ, ୨୦୨୬ରେ ସମ୍ବିଧାନର ଧାରା ୫୦(୩) ଅନୁଯାୟୀ ସଂସଦର ବାଚସ୍ପତିଙ୍କୁ ଏକ…

Social Media Ban: ୧୫ ବର୍ଷରୁ କମ ବୟସର ପିଲାମାନେ ସୋସିଆଲ ମିଡିଆ ବ୍ୟବହାର କରିପାରିବେ ନାହିଁ, ସଂସଦରେ ବିଲ ଗୃହୀତ

ପ୍ୟାରିସ,୨୪।୭: ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ନେତୃତ୍ୱରେ, ବିଶ୍ୱର ସବୁଠାରୁ ଆଧୁନିକ ରାଷ୍ଟ୍ରଗୁଡ଼ିକ ମଧ୍ୟରୁ ଗୋଟିଏ ଫ୍ରାନ୍ସର ସଂସଦ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସଂସଦ ୧୫ ବର୍ଷରୁ…

ପୁଣି ଫୁଟିଲା ଟ୍ରମ୍ପଙ୍କ ଟାରିଫ୍‌ ବୋମା: ଭାରତ ଉପରେ ଲଗାଇଲେ ଟାରିଫ୍‌

ଓ୍ବାଶିଂଟନ୍‌,୨୪।୭:ମଧ୍ୟ ପୂର୍ବର ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ପଦକ୍ଷେପ ନେଇଛନ୍ତି। ବାଧ୍ୟତାମୂଳକ ଶ୍ରମ ସହ ଜଡିତ ଉତ୍ପାଦ ବିରୋଧରେ ସେମାନେ ଏକ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri