ଗ୍ୟାସ୍‌ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା: ୩ ଗିରଫ

ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗୁରୁବାର ୩ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାସୁଦେବପୁର ଥାନା ଅଧିନ ଅଲବଗା ଗ୍ରାମର ମନୋରଞ୍ଜନ ପାଣି, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବରାଳପୋଖରୀ ଗ୍ରାମର ପପୁଧଡ଼ା ଓ ଜଳଙ୍ଗା ଗ୍ରାମର ସୋମନାଥ ମଳିକ। ପୋଲିସ ସେମାନଙ୍କଠାରୁ ୨ଲକ୍ଷ ୭୬ହଜାର ଟଙ୍କା ଓ ୩ଟି ବାଇକ୍‌ ଜବତ କରିଛି।
ଗତ ୪ତାରିଖ ପୂର୍ବାହ୍ନରେ ଗ୍ୟାସ କର୍ମଚାରୀ ପ୍ରମୋଦ ଭଞ୍ଜ ଟଙ୍କା ନେଇ ବ୍ୟାଙ୍କରେ ଜମା କରିବାକୁ ତିହିଡ଼ି ଯାଉଥିଲେ। ଧାମରା ରେଳପଥର ଜିଝାରପୁର ନିକଟରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଭୁଜାଲିରେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିଲେ। ଗ୍ୟାସ ଏଜେନ୍ସିର ମାଲିକ ଚକ୍ରଧର ରାଉତଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ.୧୭୩/୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏସ୍‌ପି ରାଜେଶ ପଣ୍ଡିତଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଏସ୍‌ପି କୈଳାସ ପରିଡା, ତିହିଡ଼ି ଥାନା ଆଇଆଇସି ରମେଶ ଚନ୍ଦ୍ର ସିଂ ଘଟଣାର ତଦନ୍ତ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri