ଗ୍ୟାସ୍‌ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା: ୩ ଗିରଫ

ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗୁରୁବାର ୩ଜଣ ଲୁଟେରାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାସୁଦେବପୁର ଥାନା ଅଧିନ ଅଲବଗା ଗ୍ରାମର ମନୋରଞ୍ଜନ ପାଣି, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ବରାଳପୋଖରୀ ଗ୍ରାମର ପପୁଧଡ଼ା ଓ ଜଳଙ୍ଗା ଗ୍ରାମର ସୋମନାଥ ମଳିକ। ପୋଲିସ ସେମାନଙ୍କଠାରୁ ୨ଲକ୍ଷ ୭୬ହଜାର ଟଙ୍କା ଓ ୩ଟି ବାଇକ୍‌ ଜବତ କରିଛି।
ଗତ ୪ତାରିଖ ପୂର୍ବାହ୍ନରେ ଗ୍ୟାସ କର୍ମଚାରୀ ପ୍ରମୋଦ ଭଞ୍ଜ ଟଙ୍କା ନେଇ ବ୍ୟାଙ୍କରେ ଜମା କରିବାକୁ ତିହିଡ଼ି ଯାଉଥିଲେ। ଧାମରା ରେଳପଥର ଜିଝାରପୁର ନିକଟରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଭୁଜାଲିରେ ଆକ୍ରମଣ କରି ଟଙ୍କା ଲୁଟି ନେଇଥିଲେ। ଗ୍ୟାସ ଏଜେନ୍ସିର ମାଲିକ ଚକ୍ରଧର ରାଉତଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା(ନଂ.୧୭୩/୨୦) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଏସ୍‌ପି ରାଜେଶ ପଣ୍ଡିତଙ୍କ ନିର୍ଦ୍ଦେଶରେ ଅତିରିକ୍ତ ଏସ୍‌ପି କୈଳାସ ପରିଡା, ତିହିଡ଼ି ଥାନା ଆଇଆଇସି ରମେଶ ଚନ୍ଦ୍ର ସିଂ ଘଟଣାର ତଦନ୍ତ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri