ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ: ଜଣେ ଗୁରୁତର

ପୁରୁଷୋତ୍ତମପୁର,୧୯।୯(ଡି.ଏନ.ଏ.):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବାଘଳା ପଞ୍ଚାୟତର କୁଶପୁର ଗ୍ରାମରେ ଗୁରୁବାର ରନ୍ଧନ ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ଟି ପରିବାରର ଘର ପୋଡି ଯାଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ରାଜେନ୍ଦ୍ର ସାହୁ (୩୬)। ତାଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ର୍ଭିି କରିଛନ୍ତି। ଖବର ପାଇ ପୁରୁଷୋତ୍ତମପୁର ଦମକଳବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଲେ। ସୂଚନାଯୋଗ୍ୟ, ରାଜେନ୍ଦ୍ର ସାହୁ ନିଜ ଘରେ ଗ୍ୟାସରେ ରୋଷେଇ କରିବାବେଳେ ହାଠାତ୍‌ ଗ୍ୟାସ୍‌ ଲିକ୍‌ ହୋଇଥିଲା। ଫଳରେ ତାଙ୍କ ଘରେ ନିଆଁ ଲାଗିଥିଲା । ସେ ନିଆଁରେ ପୋଡି ଗୁରୁତର ଭାବେ ଆହତ ହୋଇଥିଲେ। ଏହି ନିଆଁ ତାଙ୍କର ପଡୋଶୀ ଘରକୁ ଲାଗି ସାବିତ୍ରୀ ସାହୁ ଓ ରାମଚନ୍ଦ୍ର ସାହୁଙ୍କ ଘର ମଧ୍ୟ ପୋଡି ଯାଇଥିଲା। ଅଗ୍ନିକାଣ୍ଡ ଯୋଗୁ ଘରର ଆସବାବପତ୍ର ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ସେବା-ସହଯୋଗର ବାର୍ତ୍ତା ବାଣ୍ଟିଲା ଲକ୍ଷ୍ମୀ ନାରାୟଣ ୟୁଥ କ୍ଲବ: ଚକ୍ରତୀର୍ଥ ପୀଠରେ…

ହାଟଡିହୀ/ଛେନାପଦୀ,୧୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଶ୍ରାବଣ ମାସର ଦ୍ୱିତୀୟ ସୋମବାର ଅବସରରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚୋରଗଡ଼ିଆ ନାରାୟଣ ୟୁଥ କ୍ଲବ ପକ୍ଷରୁ ନିକଟସ୍ଥ ଚକ୍ରତୀର୍ଥ ପୀଠରେ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri