ଘନ କୁହୁଡ଼ି: ଦୁଇ ଡଙ୍ଗା ମଧ୍ୟରେ ଧକ୍କା, ଅଳ୍ପକେ ବର୍ତ୍ତିଲେ ୧୮ ମତ୍ସ୍ୟଜୀବୀ

ଗୋପାଳପୁର,୧୯।୧(ଡି.ଏନ୍‌.ଏ.): କିଛିଦିନ ହେବ ରାଜ୍ୟର ଅଧିକାଂଶ ସ୍ଥାନରେ ଘନକୁହୁଡ଼ି ଦେଖାଦେଉଛି। ଏହି କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ଗୋପାଳପୁର ସମୁଦ୍ର ମଝିରେ ଦୁଇ ଡଙ୍ଗା ମଧ୍ୟରେ ଧକ୍କା ହୋଇ ଲକ୍ଷାଧିକ ଟଙ୍କାର ଜାଲ, ଡଙ୍ଗା ଓ ମୋଟର ନଷ୍ଟ ହୋଇଥିବା ବେଳେ ୧୮ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ସୂଚନାଯୋଗ୍ୟ, ଗୋପାଳପୁର ଏନ୍‌ଏସିର ମତ୍ସ୍ୟଜୀବୀ ପରିବାର ଶନିବାର  ମାଛ ମାରିବାକୁ ଡଙ୍ଗା ଧରି ସମୁଦ୍ର ଭିତରକୁ ଯାଇଥିଲେ। ମାଛ ଧରିବା ପରେ ଲଙ୍ଗର ପକାଇ ସେଠାରେ ଅଟକି ରହିଥିଲେ। ଅନ୍ୟ ଏକ ଡଙ୍ଗାରେ ୯ ଜଣ ଉକ୍ତ ମାଛକୁ ଆଣିବା ପାଇଁ ରବିବାର ଭୋର ସମୟରେ ସମୁଦ୍ର ଭିତରକୁ ଯାଇଥିଲେ। ଏହି ସମୟରେ ସମୁଦ୍ର ମଧ୍ୟରେ ଏକ ବଡ଼ ଲହଡ଼ି ଆସିବା ଫଳରେ କୁହୁଡ଼ି ଯୋଗୁ ଲଙ୍ଗର ପକାଇଥିବା ଡଙ୍ଗା ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ୧୮ ଜଣ ମତ୍ସ୍ୟଜୀବୀ ପ୍ରାଣ ବିକଳରେ ସମୁଦ୍ରକୁ ଡେଇଁପଡ଼ି ପହଁରି ପହଁରି କୂଳକୁ ଆସିଥିଲେ। ଏହି ଦୁର୍ଘଟଣାରେ ୪ ମତ୍ସ୍ୟଜୀବୀ ଆହତ ହୋଇଥିବା ଜଣାପଡ଼ିଛି। ଏଥିରେ ଗୋଟିଏ ଡଙ୍ଗା ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ ଅନ୍ୟ ଡଙ୍ଗାଟି ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୧୦ ଲକ୍ଷରୁ ଊଦ୍ଧର୍‌ବ ଟଙ୍କାର କ୍ଷୟକ୍ଷତି ହୋଇଥିବା ମତ୍ସ୍ୟଜୀବୀଙ୍କ ସୂତ୍ରରୁ ସୂଚନା ମିଳିଛି । ସେମାନଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri