ଘରକୁ ଘର ବୁଲି ଚାଲିଛି ସର୍ଭେ

ଦେବଗଡ଼,୨୨ା୪(ଡି.ଏନ.ଏ)-ଦେବଗଡ଼ ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ମିଶନ ମୁଡ୍‌ରେ ଚାଲିଛି ସର୍ଭେ ା ଅଙ୍ଗନଓ୍ବାଡି କର୍ମୀ, ସହାୟିକା, ଏଏନଏମ୍‌ ଏବଂ ଆଶାକର୍ମୀଙ୍କ ଟିମ୍‌ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପ୍ରତି ଘରକୁ ଯାଇ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସର୍ଭେ କରୁଛନ୍ତି ା କୌଣସି ପରିବାରରେ କିଏ ବାହାରେ ରହୁଛନ୍ତି ା ସେମାନଙ୍କ ଭିତରକୁ କିଏ ଘରକୁ ଫେରଛନ୍ତି ନା ନାହିଁ ା ପରିବାର ସଦସ୍ୟଙ୍କୁ ଥଣ୍ଡା,କାଶ କିମ୍ବା ଜ୍ୱର ହୋଇଛି କି ନାହିଁ ସେ ସମ୍ପର୍କରେ ପଚାରି ବୁଝୁଛନ୍ତି ା ଏପରି କି ଘରେ ଥିବା ବୃଦ୍ଧାବୃଦ୍ଧ ଓ ଛୋଟ ପିଲାମାନଙ୍କ ସମ୍ପର୍କରେ ସେମାନେ ବିବରଣୀ ସଂଗ୍ରହ ସହିତ କରୋନା ସତର୍କତା ଉପରେ ସଚେତନ କରୁଛନ୍ତି ା ପ୍ରତି ସପ୍ତାହରେ ଏହି ଟମ୍‌ ୨ଥର ଏଭଳି ସର୍ଭେ କରି ଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରୁଛନ୍ତି ା ଜିଲାପାଳଙ୍କ ସମୀକ୍ଷା ପରେ ରିପୋର୍ଟଗୁଡିକ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀଙ୍କ ପାଖକୁ ପଠାଯାଉଛି ା ସାମାନ୍ୟ ଥଣ୍ଡା,କାଶରେ ଆକ୍ରାନ୍ତଥିବା ବ୍ୟକ୍ତିଙ୍କୁ ସ୍ଥାନୀୟ ସ୍ବାସ୍ଥ୍ୟକର୍ମୀମାନେ ଆବଶ୍ୟକ ଔଷଧ ଦେଉଛନ୍ତି ା ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଥିବା ବ୍ୟକ୍ତିଙ୍କୁ ସ୍ଥାନୀୟ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍‌ ଚିକିତ୍ସା କରୁଛନ୍ତି ା ଅତି ଗୁରୁତର ରୋଗୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତରୀ ଟିମ୍‌ ତାଙ୍କ ଘରକୁ ଯାଇ ଔଷଧ ସେବନ ପାଇଁ ପରାମର୍ଶ ଦେଉଛନ୍ତି ା ଆବଶ୍ୟକ ହେଲେ ଆମ୍ବୁଲାନ୍ସ ଦ୍ୱାରା ଜିଲା ମୁଖ୍ୟ ଚିକିସତ୍ାଳୟକୁ ରୋଗୀଙ୍କୁ ପଠାଯାଇ ତୁରନ୍ତ ଚିକିତ୍ସାର ବ୍ୟବସ୍ଥା କରାଯାଉଛି ା କରୋନା ଲକ୍ଷଣ ଥିଲେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri