ଘରକୁ ଘର ବୁଲି ବହି ବାଣ୍ଟିଲେ ଶିକ୍ଷୟିତ୍ରୀଶିକ୍ଷକ: ଅବୁଝା ହେଲେ ପଚାରିବାକୁ ଦେଲେ ଫୋନ୍‌ ନମ୍ବର

କୃଷ୍ଣପ୍ରସାଦ, ୧୯।୪ (ଡି.ଏନ.ଏ.): କରୋନା ଯୋଗୁ ଜାରି ହୋଇଥିବା ଲକ୍‌ଡାଉନ ଲାଗି ଶିକ୍ଷାର୍ଥୀଙ୍କ ପାଠପଢାରେ ଡୋରି ବନ୍ଧା ହୋଇଛି। ପାଠ ପଢିବାର ସୁଯୋଗ ସୃଷ୍ଟି କରିବା ପାଇଁ ଗଣଶିକ୍ଷା ବିଭାଗ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀମାନଙ୍କ ଘରକୁ ଯାଇ ସେମାନଙ୍କ ଆବଶ୍ୟକ ବହି ଦେବାକୁ ନିର୍ଦ୍ଦେଶ ରହିଛି। ଏହି ଆଇନକୁ କାର୍ଯ୍ୟକାରୀ କରି କୃଷ୍ଣପ୍ରସାଦ ବ୍ଲକରେ ଆରମ୍ଭ ହୋଇଛି ଶିକ୍ଷକମାନଙ୍କ ପାଠ୍ୟ ପୁସ୍ତକ ବଣ୍ଟନ। ମାଲୁଦ ସାଧନକେନ୍ଦ୍ରରେ ସିଆରସିସି ରମାକାନ୍ତ ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶିକ୍ଷୟିତ୍ରୀଶିକ୍ଷକମାନେ ଶିକ୍ଷାର୍ଥୀଙ୍କ ଘରକୁ ଘର ବୁଲି ପାଠ୍ୟପୁସ୍ତକ ବଣ୍ଟିଛନ୍ତି। ବହି ବଣ୍ଟନ କରି ମାଲୁଦ ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ପ୍ରବୀଣା ଦାସ ଏବଂ ଅର୍ଜୁନ ଦାସ ଉକ୍ତ ବହିକୁ ଘରେ ରହି ପିଲାମାନେ ପ୍ରତିଦିନ ପଢିବାକୁ କହିଥିଲେ। ବୁଝି ନ ହେଲେ ବୁଝିବା ପାଇଁ ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କ ଟେଲିଫୋନ ନଂ. ନେଇ ଫୋନ ମାଧ୍ୟମରେ ସେମାନଙ୍କ ସହ ଯୋଗାଯୋଗ କରିବା ପାଇଁ ଅଭିଭାବକଙ୍କୁ କହିଥିବା ଜଣାପଡିଛି। ଉକ୍ତ ବହି ବଣ୍ଟନ କୃଷ୍ଣପ୍ରସାଦ ବ୍ଲକର ସମସ୍ତ ବିଦ୍ୟାଳୟରେ ଆରମ୍ଭ ହୋଇଛି। ଏଭଳି କାର୍ଯ୍ୟକୁ ଅଭିଭାବକ, ଶିକ୍ଷାବିତ୍‌ମାନେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri