ମାଲ୍‌ ଗାଡ଼ିରେ ଲୁଚି ପଳାଉଥିଲେ ୨୦ ଶ୍ରମିକ

କେନ୍ଦୁଝର,୪ା୫(ଡି.ଏନ୍‌.ଏ./ସ୍ବ.ପ୍ର.)-ସାରା ଦେଶ ସମେତ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାଫଳରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ଶ୍ରମିକମାନେ କେନ୍ଦୁୁଝର ଜିଲା ଦେଇ ନିଜ ନିିଜ ଗଁାକୁ ପଳାଇ ଯିବାକୁ ଉଦ୍ୟମ ଜାରି ରଖିଛନ୍ତି। ଏଭଳି ପରିସ୍ଥିତିରେ ସୋମବାରଠାରୁ ଲକ୍‌ଡାଉନ୍‌ ସାମାନ୍ୟ କୋହଳ ହେଉଥିବା ଜାଣି ଝାଡ଼ଖଣ୍ଡ ଓ ବିହାରର ୨୦ଜଣ ଶ୍ରମିକ ଗାଡ଼ି ନ ପାଇବାରୁ କେନ୍ଦୁଝରକୁ ଆସୁଥିବା ଏକ ମାଲବାହୀ ଟ୍ରେନରେ ଇଞ୍ଜିନ ଚାଳକଙ୍କ ଅଜାଣତରେ ଲୁଚି ପଳାଇ ଆସିଥିଲେ। ନରଣପୁରଠାରେ ମାଲବାହୀ ଟ୍ରେନ୍‌ ଅଟକିବା ଦେଖି ଶ୍ରମିକମାନେ କୌଶଳକ୍ରମେ ଟ୍ରେନରୁ ଓହ୍ଲାଇ ଷ୍ଟେଶନ ପଛପଟ ରାସ୍ତାରେ ପାର ହୋଇ ଚାଲି ଚାଲି କେନ୍ଦୁଝର ସହର ଆଡକୁ ଆସୁଥିବା ସମ୍ପର୍କରେ ପ୍ରଶାସନକୁ ଖବର ମିଳିଥିଲା। ପ୍ରଶାସନିକ ଅଧିକାରୀମାନେ ଖବରପାଇ ସେମାନଙ୍କୁ କେନ୍ଦୁଝର ତହସିଲ ଛକରେ ଅଟକ ରଖି ପଚରାଉଚରା କରିଥିଲେ। ଏହାପରେ ସମସ୍ତ ୨୦ଜଣ ଶ୍ରମିକଙ୍କୁ ଗମ୍ଭାରିଆଠାରେ କରାଯାଇଥିବା ସଙ୍ଗରୋଧ ଗୃହକୁ ପଠାଇ ଦିଆଯାଇଛି। ଏହି ଶ୍ରମିକମାନେ କେନ୍ଦୁଝର ବାଟ ଦେଇ ଚମ୍ପୁଆପଟେ ଝାଡ଼ଖଣ୍ଡ ରାଜ୍ୟକୁ ପଳାଇଯିବାକୁ ଚାହୁଁଥିଲେ ବୋଲି ଜଣାପଡ଼ିଛି। ଏ ବାବଦରେ ଜିଲା ପ୍ରଶାସନ ତରଫରୁ ଝାଡ଼ଖଣ୍ଡ ସରକାରଙ୍କୁ ଅବଗତ କରାଯାଇଛି, ସେଠାରୁ ସୂଚନା ଆସିଲେ ଶ୍ରମିକମାନଙ୍କୁ ଝାଡ଼ଖଣ୍ଡ ପଠାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri