ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ ସମ୍ପର୍କରେ ଗୁରୁବାର ବାଲେଶ୍ୱର ଜିଲା ଦାୟିତ୍ୱରେ ଥିବା ପ୍ରମୁଖ ସଚିବ ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି। ଗୁରୁବାର ଅପରାହ୍ନରେ ସଚିବ ପାଢ଼ୀ ସେମାନଙ୍କୁ ଭେଟିଥିଲେ। ସେମାନଙ୍କୁ ସରକାରୀ ଖର୍ଚ୍ଚରେ ବସ୍‌ ଯୋଗେ ଯାଜପୁର ଅଞ୍ଚଳକୁ ପଠାଯିବ ବୋଲି ସେ ନିର୍ଭର ପ୍ରତିଶ୍ରୁତି ଦେବା ପରେ ଶ୍ରମିକମାନେ ଖୁସି ବ୍ୟକ୍ତ କରିଛନ୍ତି। ପ୍ରମୁଖ ସଚିବ ପାଢ଼ୀଙ୍କ ସହିତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଭେଟନାରୀ ଡାଇରେକ୍ଟର ରତ୍ନାକର ରାଉତ, ତହସିଲଦାର କ୍ଷୀରୋଦ କୁମାର ପଣ୍ଡା, ବିଡିଓ ଦୀପ୍ତିରଞ୍ଜନ ସେଠୀ, ମ୍ୟୁନିସିପାଲଟି ନିର୍ବାହୀ ଅଧିକାରୀ ଅଜୟ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ମାର୍ଚ୍ଚ ୩୧ ତାରିଖ ରାତିରେ ଯାଜପୁର ଅଞ୍ଚଳର ୬୨ଜଣ ଶ୍ରମିକ ଅନ୍ୟ ରାଜ୍ୟରୁ ଫେରୁଥିବା ବେଳେ ଓଡିଶା-ପଶ୍ଚିମବଙ୍ଗ ସୀମାରୁ ସ୍ଥାନୀୟ ପ୍ରଶାସନ ଉଦ୍ଧାର କରି ଜଳେଶ୍ୱର ନୂଆବଜାରରେ ଥିବା ମୂରଲୀ କଲ୍ୟାଣ ମଣ୍ଡପ ଓ ଶୋଭା କଲ୍ୟାଣ ମଣ୍ଡପରେ ରଖି ଖାଦ୍ୟ ଓ ପାନୀୟ ବ୍ୟବସ୍ଥା କରିଥିଲା। ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ମହାପାତ୍ରଙ୍କ ପ୍ରଚେଷ୍ଟାରେ ସେମାନଙ୍କୁ ପ୍ରଥମେ କେତେକ ଅନୁଷ୍ଠାନ ପକ୍ଷରୁ ଖାଦ୍ୟ ଯୋଗାଉଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କୁ ତିନି ଓଳି ଖାଦ୍ୟ ଦିଆଯାଉଛି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନ୍‌ରେ ରଖିବାର ବ୍ୟବସ୍ଥା ହୋଇଛି। ଲକ୍‌ଡାଉନ ଅବଧି ବଢ଼ିଥିବାରୁ ସେମାନେ ଘରକୁ ଯାଇପାରି ନାହାନ୍ତି। ବିଭିନ୍ନ ସମୟରେ ସେମାନେ ପ୍ରଶାସନ ବିରୋଧରେ ଆନ୍ଦୋଳନ କରିବାକୁ ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?