ଘରୁ ମଗାଇ ଖାଉଛନ୍ତି ପ୍ରବାସୀ

ବିଞ୍ଝାରପୁର,୨୫।୫(ଡି.ଏନ୍‌.ଏ.)-ବାହାର ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧ ଗୃହରେ ମେନୁ ହିସାବରେ ଖାଦ୍ୟ ଦିଆଯାଉନି। ପ୍ରାୟ ସବୁଦିନ ବାଇଗଣ ତରକାରୀ ମିଳୁଛି। ଏ ନେଇ ଯେତେ କହିଲେ ବି ସୁଫଳ ମିଳୁ ନ ଥିବା ଅଭିଯୋଗ କରିଛନ୍ତି ବିଞ୍ଝାରପୁର ବ୍ଲକ କପିଳା ପଞ୍ଚାୟତସ୍ଥିତ ଏସଜି ହାଇସ୍କୁଲ ସଙ୍ଗରୋଧକ କେନ୍ଦ୍ରର ପ୍ରବାସୀମାନେ। ସେମାନଙ୍କ ଅଭିଯୋଗ ମୁତାବକ, ଉକ୍ତ ସଙ୍ଗରୋଧ କେନ୍ଦ୍ରରେ ୪୭ ଜଣ ପ୍ରବାସୀ ଓଡ଼ିଆ ରହିଛନ୍ତି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମେନୁ ହିସାବରେ ସେମାନଙ୍କୁ ଖାଦ୍ୟ ଦିଆଯାଉ ନାହିଁ। ଫଳରେ ସେମାନେ ନିଜ ନିଜ ଘରୁ ଖାଦ୍ୟ ମଗାଇ ଖାଉଥିବା କହିଛନ୍ତି। ଜିଲାପାଳ ଏ ଦିଗରେ ଦୃଷ୍ଟି ଦେବାକୁ ପ୍ରବାସୀ ଓଡ଼ିଆମାନେ ନିବେଦନ କରିଛନ୍ତି। ଏ ସମ୍ପର୍କରେ କେନ୍ଦ୍ରର ନୋଡାଲ ଅଧିକାରୀ ତପନ କୁମାର ନାଥଙ୍କୁ ପଚାରିବାରେ ଅଭିଯୋଗକୁ ସ୍ବୀକାର କରିବା ସହ ପ୍ରବାସୀଙ୍କୁ ବୁଝାଇ ସମସ୍ୟାର ସମାଧାନ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶେଷ ସନ୍ଧ୍ୟାରେ ବଲିଉଡ ଗାୟକଙ୍କ ଗୀତରେ ଝୁମିବେ ଦର୍ଶକ: ପହଞ୍ଚିବେ ମନ୍ତ୍ରୀ, ବିଧାୟକ

ଧର୍ମଶାଳା, ୬।୧( ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ସ୍ଥିତ ଧର୍ମଶାଳା ମହୋତ୍ସବ ପଡିଆଠାରେ ଡିସେମ୍ବର ୨୫ ତାରିଖରୁ ଆରମ୍ଭ ହୋଇଥିବା ୨୧ତମ ଧର୍ମଶାଳା ମହୋତ୍ସବ...

ବବି ଦାସଙ୍କୁ କଡ଼ା କାଉଣ୍ଟର କଲେ ପ୍ରୀତିରଞ୍ଜନ ଘଡ଼ାଇ, କହିଲେ କୋରେଇରେ ଯେଉଁମାନେ ଥିଲେ ସମସ୍ତେ…

ଯାଜପୁର,୫ା୧: ବିଜେଡି ନେତା ବବି ଦାସଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ପୂର୍ବତନ ବିଧାୟକ ପ୍ରୀତିରଞ୍ଜନ ଘଡ଼ାଇ। ବବି କୋରେଇର ପୂର୍ବତନ ବିଧାୟକମାନଙ୍କୁ ପରୋକ୍ଷରେ ଟାର୍ଗେଟ୍‌...

କାରକୁ ଧକ୍କା ଦେଲା ଟ୍ରକ: ଜାତୀୟ ରାଜପଥରେ ଘଟିଗଲା…

ଧର୍ମଶାଳା,୫।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ନିକଟରେ ଏକ କାରକୁ ଟ୍ରକ ଧକ୍କା ଦେଇଛି, ଯାହା...

ଚିତାଳୋ କଲେଜର ପୂର୍ବତନ ଅଧ୍ୟକ୍ଷ, ସଭାପତି ଗିରଫ, ଏହି ମାମଲାରେ…

ଯାଜପୁର/ ଯାଜପୁର ଟାଉନ୍‌ ୩ା୧(ହର୍ଷବର୍ଦ୍ଧନ ବେହେରା/ ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଜିଲା ଦଶରଥପୁର ବ୍ଲକ ଚିତାଳୋ ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଅଦ୍ୱୈତ ପ୍ରସାଦ...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri