ଘରୁ ରାଗି ଆସିବା କାଳ ହେଲା: ଦୁର୍ଘଟଣାରେ ଯୁବକ ମୃତ

ପରଜଙ୍ଗ, ୧୦ା୩(ଡି.ଏନ.ଏ.)- ଘରେ କୌଣସି କାରଣରୁ ପାଟିତୁଣ୍ଡ କରି ରାଗରେ ଏକ ବାଇକ୍ ଧରି ପଳାଇ ଆସୁଥିବା ବେଳେ ଗଛରେ ପିଟି ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ବାରଘରିଆ ଗାଁ ନିକଟରେ ମଙ୍ଗଳବାର ଅପରାହ୍ନରେ ଏହି ଦୁର୍ଘଟଣା ଘଟିଛି । ମୃତକ ପାଟରପଦା ଗ୍ରାମର ରାକେଶ ସାହୁ (୨୫) ବୋଲି ଜଣାପଡିଛି।
ରାକେଶଙ୍କ ବାପା ରବି ନାରାୟଣ ସାହୁଙ୍କ ସୂଚନା ମୁତାବକ, ଘରେ ପାଟିତୁଣ୍ଡ କରି ରାକେଶ ଏକ ବାଇକ୍ (ନଂ. ଓଡ଼ି ୧୪ଡି ୮୨୧୦) ଧରି ଝାରସୁଗୁଡା ଅଭିମୁଖେ ବାହାରି ଯାଇଥିଲେ। ବାରଘରିଆ ନିକଟରେ ସେ ଭାରସାମ୍ୟ ହରାଇ ଏକ ତାଳଗଛରେ ପିଟି ହୋଇଯାଇଥିଲେ।   ବାଇକଟି ବିଲରେ ପଡିବା ସହ ଘଟଣାସ୍ଥଳରେ ରାକେଶଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସ୍ଥଳରେ ପରଜଙ୍ଗ ଥାନା ଅଧିକାରୀ ସନ୍ତୋଷ ପ୍ରଧାନ, ଏସ୍ଆଇ ବ୍ରଜକିଶୋର ମଲ୍ଲିକ, ସମରଜିତ ନାୟକ ପହଞ୍ଚି ବାଇକଟିକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି । ଏ ସଂକ୍ରାନ୍ତରେ ପରଜଙ୍ଗ ଥାନାରେ ନଂ. ୫୦/୨୦ ରେ ଏକ ମାମଲା ରୁଜୁ ହୋଇଛି। ଘଟଣାର ତଦନ୍ତ ଚାଲିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri