ଘରେ ପଶି ଆକ୍ରମଣ, ୩ ଆହତ

ଭଞ୍ଜନଗର,୨ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଲଗୁଣ୍ଠା ଫାଣ୍ଡି ଇଙ୍ଗିନାଠୀ ଗ୍ରାମରେ ଶୁକ୍ରବାର ରାତିରେ କେତେକ ଦୁର୍ବୃତ୍ତ ଜଣେ ବ୍ୟକ୍ତିଙ୍କ ଘରେ ପଶି ପରିବାର ଲୋକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଦେବରାଜ ଗୁରୁ, ସବିତା ଗୁରୁ ଓ ପୁଷ୍ପାଞ୍ଜଳୀ ଗୁରୁ। ଆହତମାନଙ୍କୁ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍‌ପିଟାଲରେ ଭର୍ତ୍ତି କରିଛି। ପାଟିତୁଣ୍ଡ ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚତ୍ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ କାବୁକରି ପୋଲିସ ଜିମା ଦେଇଛନ୍ତି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି। କେଉଁ କାରଣରୁ ଏହି ଆକ୍ରମଣ ଘଟିଛି ଜଣାପଡିନାହିଁ। ପୋଲିସ ଅଭିଯୁକ୍ତଙ୍କୁ ଥାନାକୁ ନେଇ ପଚରାଉଚରା ଚଳାଇଛି। ଖବର ଲେଖାହେବା ସୁଦ୍ଧା ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ; ଜୟନ୍ତୀ ପଢିଆରି-ମହେଶ ମହାନ୍ତିଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଭଞ୍ଜନଗରରେ ଖୁସିର ଲହରୀ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ): ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଏବଂ ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟ ତାଲିକା ଶୁକ୍ରବାର ଘୋଷଣା ହୋଇଛି । ଏଥିରେ…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri