ଘରେ ପଶି ଭୁଜାଲିରେ ଆକ୍ରମଣ କଲେ ଦୁବୃର୍ତ୍ତ: ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଆରଡ଼ି,୯।୬ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ସୁନ୍ଦରପୁର ନିକଟସ୍ଥ ଆଖଣ୍ଡଳମଣି ଭଦ୍ରକ ରାସ୍ତା ପାର୍ଶ୍ୱରେ ଥିବା ଏକ ଘରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପରିବାର ଲୋକଙ୍କୁ ଆକ୍ରମଣ କରି ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି।
ସୂଚନାଯୋଗ୍ୟ, ଖଟୁଆପାଟଣା ଗ୍ରାମର ଚିତ୍ତରଞ୍ଜନ ଖଟୁଆଙ୍କ ଘରେ ୪ ଜଣ ଦୁର୍ବୃତ୍ତ ଶନିବାର ବିଳମ୍ବିତ ରାତିରେ ଧସେଇ ପଶିଥିଲେ। ପ୍ରତିବାଦ କରିବାରୁ ସେମାନେ ଏକ ଭୁଜାଲିରେ ଚିତ୍ତରଞ୍ଜନଙ୍କୁ ଆକ୍ରମଣ କରିଥିଲେ। ତେବେ ବାପାଙ୍କ ଚିତ୍କାର ଶୁଣି ପୁଅ ଚିନ୍ମୟ କବାଟ ଖୋଲିବାରୁ ତାଙ୍କୁ ମଧ୍ୟ ଦୁର୍ବୃତ୍ତମାନେ ଆକ୍ରମଣ କରିଥିଲେ ା ପରେ ପରିବାର ଲୋକଙ୍କୁ କାବୁକରି ଲକ୍ଷାଧିକ ଟଙ୍କାର ସୁନାଗହଣା ନେଇଯାଇଥିଲେ। ରବିବାର ଭୋରୁ ଗ୍ରାମବାସୀ କୌଣସି ସୂତ୍ରରୁ ଖବରପାଇ ଚିତ୍ତରଞ୍ଜନଙ୍କ ଘରେ ପହଞ୍ଚି ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏନେଇ ଥାନାରେ ଅଭିଯୋଗ ପରେ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ଏଏସ୍‌ଆଇ ପ୍ରଦୀପ ନାୟକ ଓ ପ୍ରଦୀପ ରାଉତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri