ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି

ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଚଳିତବର୍ଷ କୌଣସି ସଭା ସମିତି କରା ନ ଯାଇ ଘରେ ଘରେ କଳା ଦିବସ ପାଳନ କରିବାକୁ ସମିତି ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ସମେତ ସମଗ୍ର କୋସଲାଞ୍ଚଳର ବିଭିନ୍ନ ସ୍ଥାନରେ ଘରେ ବସି ଲୋକେ ପତାକା ଉତ୍ତେଳନ କରିବା ସହ କଳାବ୍ୟାଜ ପିନ୍ଧିଥିବା ଏକ ପ୍ରେସବିବୃତିରେ ଜଣାଯାଇଛି। ସମିତି କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ତାଙ୍କ ବଲାଙ୍ଗୀର ରୁଗୁଡିପଡାସ୍ଥିତ ଘର ସମ୍ମୁଖରେ କଳା ପତାକା ଉତ୍ତୋଳନ କରିଥିଲେ। କଳା ବ୍ୟାଜ ପିନ୍ଧି ସୋସିଆଲ ମିଡିଆରେ ଉଦ୍‌ବୋଧନ ଦେଇଥିଲେ। ବଲାଙ୍ଗୀର ଜିଲାର ବଲାଙ୍ଗୀର, ବେଲପଡା, ଆଗଲପୁର, ଲୋଇସିଂହା, ଦେଓଗଁ।, ପୁଇଁତଲା ବ୍ଳକ୍‌ ସହ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, ଆଠମଲ୍ଲିକ, ଦେବଗଡ, ନୂଆପଡା, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲାରେ କଳା ଦିବସ ପାଳନ କରାଯାଇଥିବା ସୂଚନା ଦେଇଛନ୍ତି। କରୋନା ମୁକାବିଲା ପାଇଁ ଦେଶର ପ୍ରଧାନମନ୍ତ୍ରୀଙ୍କ ଆହ୍ବାନକୁ ଗ୍ରହଣ କରି ସାମାଜିକ ଦୂରତା ବଜାୟ ରଖି ସମସ୍ତ ନିୟମକାନୁନ ମାନିବାକୁ ଅଧ୍ୟକ୍ଷ ମିଶ୍ର ଲୋକଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଦେଇ ଦିଲ୍ଲୀ ଟ୍ରେନ ଚଳାଚଳ ଦାବି: ଦାବି ପୂରଣ ନ ହେଲେ ରେଳରୋକୋ

କେନ୍ଦୁଝର,୫।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ରେଳବାଇ ରାଜସ୍ବ ଆଦାୟ କ୍ଷେତ୍ରରେ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ହେଲେ ରେଳ ବିଭାଗ କେନ୍ଦୁଝର ଜିଲାକୁ...

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବସ୍‌ରେ ଆସି ବାଇକ୍‌ ଚୋରି

ଭୁବନେଶ୍ୱର,୫।୧୨(ସୂର୍ଯ୍ୟକାନ୍ତ ବେହେରା):ବସ୍‌ରେ ଆସି ଭୁବନେଶ୍ୱରର ବିଭିନ୍ନ ଥାନା ଅଞ୍ଚଳରୁ ବାଇକ ଚୋରି କରି ଚମ୍ପଟ ମାରୁଥିବା ଏକ ୩ଜଣିଆ ଗ୍ୟାଙ୍ଗକୁ ଖଣ୍ଡଗିରି ଥାନା ପୋଲିସ ଧରିଛି।...

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର।...

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri