ଘରୋଇ ବସ ଓଲଟି ୧୬ରୁ ଊର୍ଦ୍ଧ୍ୱ ଆହତ

ବିରିଡ଼ି,୨।୮(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ନଂ.୫୫ର ହାଜିପୁର ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଅଭିରାମ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣ ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ୬ ଜଣ ବିରିଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିବା ବେଳେ ୪ଜଣ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର ହୋଇଛନ୍ତି। ସୂଚନା ଅନୁଯାୟୀ, ବସ (ନଂ ଓଡ଼ି ୦୫ ଏମ ୫୬୪୪) ଜଗତ୍‌ସିଂହପୁରରୁ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ହାଜିପୁର ନିକଟରେ କୌଣସି କାରଣରୁ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ବିଲ ମଧ୍ୟକୁ ଓଲଟି ପଡିଥିଲା। ତୁରନ୍ତ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ବସରେ ପ୍ରାୟ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଥିବା ଅନୁମାନ କରାଯାଉଛି ବୋଲି ବିରିଡ଼ି ଥାନା ଆଇଆଇସି ପାରଓ ଟୁଡୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri