ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା

ପୁରୀ ଅଫିସ,୧୦ା୧: ମହାପ୍ରଭୁଙ୍କ କର୍ପସ ପାଣ୍ଠିକୁ ଘରୋଇ ବ୍ୟାଙ୍କରେ ରଖାଯିବାକୁ ନେଇ ଆରମ୍ଭ ହୋଇଛି ଘଣ୍ଟାଚକଟା। ଶ୍ରୀମନ୍ଦିର ପରିଚାଳନା କମିଟି ଏବଂ ଅର୍ଥ ସବ୍‌ କମିଟିକୁ ଅନ୍ଧାରରେ ରଖି ଏପରି କରାଯାଇଛି। ଏ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ପରିଚାଳନା କମିଟି ସଦସ୍ୟ। ସେହିପରି ସେବାୟତଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ସେମାନେ ସୁପ୍ରିମ୍‌କୋର୍ଟ ଯିବାକୁ ଧମକ ଦେଇଛନ୍ତି। ଅନ୍ୟପକ୍ଷରେ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କାହିଁକି ଏବଂ କେଉଁ ପରିସ୍ଥିତିରେ ଏପରି କରାଯାଇଛି ସେ ନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି କହିଛନ୍ତି।
ମହାପ୍ରଭୁଙ୍କ କର୍ପସ ପାଣ୍ଠି ଏବଂ ହୁଣ୍ଡି ଟଙ୍କା ମିଶାଇ ପ୍ରାୟ ୬୦୦ କୋଟି ଟଙ୍କା ଏକ ଘରୋଇ ବ୍ୟାଙ୍କରେ ରଖାଯାଇଛି। ଏକାବେଳେ ଏତେ ଟଙ୍କା ଏକ ନିର୍ଦ୍ଦିଷ୍ଟ ବ୍ୟାଙ୍କରେ କାହିଁକି ଜମା କରାଗଲା ତାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଗତ ୨୦ ତାରିଖରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏ ନେଇ ହୋ ହଲ୍ଲା ହୋଇଥିଲା। ମହାପ୍ରଭୁଙ୍କ ଟଙ୍କା ଘରୋଇ ବ୍ୟାଙ୍କରେ ରଖାଯାଇଥିବା ଶୁଣିବାକୁ ମିଳୁଛି ବୋଲି ସଦସ୍ୟ ବରିଷ୍ଠ ସେବାୟତ ରାମଚନ୍ଦ୍ର ଦାସମହାପାତ୍ର କହିବା ସହ ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଚାହିଁଥିଲେ। ଏହାପରେ ମହାପ୍ରଭୁଙ୍କ ଟଙ୍କା ଘରୋଇ ବ୍ୟାଙ୍କରେ ରଖାଯାଇଥିବା ଜଣାପଡ଼ିିଥିଲା।
ପରିଚାଳନା କମିଟି ଅନୁମୋଦନ ବିନା ଏବଂ ଅର୍ଥ ସବ୍‌ କମିଟିର କିଛି ସଦସ୍ୟ ଜାଣି ନ ଥିବାବେଳେ କିପରି ଏତେ ଟଙ୍କା ଘରୋଇ ବ୍ୟାଙ୍କରେ ରଖାଗଲା। ପୂର୍ବରୁ ଜାତୀୟକରଣ ବ୍ୟାଙ୍କରେ ଟଙ୍କା ଜମା କରାଯାଉଥିବାବେଳେ ଘରୋଇ ବ୍ୟାଙ୍କରେ ଟଙ୍କା ରଖିବାକୁ କିଏ ଅନୁମୋଦନ ଦେଲା ବୋଲି ପ୍ରଶ୍ନ ଉଠିଥିଲା। ପରିଚାଳନା କମିଟିରେ ଏହି ପ୍ରସଙ୍ଗ ଉଠିବା ପରେ ହରଡ଼ଘଟଣାରେ ପଡିଥିଲେ ଘରୋଇ ବ୍ୟାଙ୍କରେ ଟଙ୍କା ରଖିଥିବା ଅଧିକାରୀ। ବୈଠକର ୪ ଦିନ ପରେ ଅର୍ଥାତ୍‌ ଡିସେମ୍ବର ୨୪ରେ ସାନି ଟେଣ୍ଡର ଆହ୍ବାନ କରାଯାଇଛି। ଏଥିରେ ୧୭ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ଭାଗନେବା ପାଇଁ ଚିଠି କରାଯାଇଛି। ତେବେ ଯେଉଁ ବ୍ୟାଙ୍କକୁ ନେଇ ବିବାଦ ଉପୁଜିଛି ସେହି ବ୍ୟାଙ୍କକୁ କିନ୍ତୁ ଏଥିରେ ସାମିଲ କରାଯାଇ ନ ଥିବାରୁ ସନ୍ଦେହ ଦୃଢୀଭୂତ ହେବାରେ ଲାଗିଛି।
ଏହି ଘଟଣା ଜଣାପଡ଼ିିବା ପରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। କେନ୍ଦ୍ରମନ୍ତ୍ରୀ ଷଡ଼ଙ୍ଗୀ କହିଛନ୍ତି, ଶ୍ରୀଜଗନ୍ନାଥଙ୍କ ପାଣ୍ଠିକୁ ସୁରକ୍ଷା ଦେବା ଦାୟିତ୍ୱ ରାଜ୍ୟ ସରକାରଙ୍କର। ରତ୍ନଭଣ୍ଡାର ଭଳି ପାଣ୍ଠି ପ୍ରସଙ୍ଗରେ ସରକାର ନୀରବ ରହିବା ସନ୍ଦେହକୁ ଅଧିକ ରହସ୍ୟଜନକ କରୁଛି। ମହାପ୍ରଭୁଙ୍କ ପାଣ୍ଠି ଘରୋଇ ବ୍ୟାଙ୍କରେ ରଖିବା ଯୁକ୍ତି କ’ଣ ସେ ନେଇ ସରକାର ସ୍ପଷ୍ଟ କରନ୍ତୁ ବୋଲି କହିଛନ୍ତି। ସେହିପରି ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର କହିଛନ୍ତି, ପରିଚାଳନା କମିଟିକୁ ଅନ୍ଧାରରେ ରଖାଯାଇ ଏଭଳି କରାଯିବା ପଛରେ ନିଶ୍ଚିତ କିଛି ମନ୍ଦ ଉଦ୍ଦେଶ୍ୟ ରହିଛି। ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ୬୦୦ କୋଟି ଟଙ୍କା ରଖିବା କେତେଦୂର ସୁରକ୍ଷିତ ତାହା ପ୍ରଥମେ ଚିନ୍ତା କରାଯିବା କଥା। ତେବେ ଭକ୍ତ ସମାଜକୁ ଏ ନେଇ ସନ୍ତୋଷଜନକ ଉତ୍ତର ଦିଆଯିବା ଦରକାର। କାହିଁକି ଟଙ୍କା ରଖାଯାଇଛି ଏବଂ ଏହା ସୁରକ୍ଷିତ ତ ସେ ନେଇ ସ୍ପଷ୍ଟ ଉତ୍ତର ନ ମିଳିଲେ ସୁପ୍ରିମ୍‌କୋର୍ଟଙ୍କୁ ଅବଗତ କରାଯିବ ବୋଲି ବିନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri