ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୧୨ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଣ୍ଠିକୁ ଏକ ଘରୋଇ ବ୍ୟାଙ୍କରେ ରଖାଯିବା ଘଟଣାକୁ ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ ଆଇଆଇସିଙ୍କୁ ଦିଆଯାଇଥିବା ଏତଲାରେ ଦର୍ଶାଯାଇଛି ଯେ, ମହାପ୍ରଭୁଙ୍କର ପ୍ରାୟ ୬୦୦କୋଟି ଟଙ୍କାକୁ ପଦ ଓ କ୍ଷମତାର ଦୁରୁପଯୋଗ କରି କେତେଜଣ ଅଧିକାରୀ ଏକ ଘରୋଇ ବ୍ୟାଙ୍କରେ ଜମା ରଖିଛନ୍ତି। ଏହା ପଛରେ ଏକ ଷଡ଼ଯନ୍ତ୍ର ରହିଛି। ଯେଉଁ ଅଧିକାରୀମାନେ ଏପରି କରିଛନ୍ତି ସେମାନଙ୍କୁ ସମ୍ପୃକ୍ତ ବ୍ୟାଙ୍କ ବିଦେଶ ଗସ୍ତରେ ନେଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି। ନିୟମାନୁଯାୟୀ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ଟେଣ୍ଡର ଡକାଯାଇ ଠାକୁରଙ୍କ ଟଙ୍କା ରଖାଯିବା କଥା। କିନ୍ତୁ କାହାର ସ୍ବାର୍ଥ ପାଇଁ ଘରୋଇ ବ୍ୟାଙ୍କରେ ଟଙ୍କା ରଖାଯାଇଛି। ଏଥିରେ କିଏ ପିସି ଏବଂ ଲାଞ୍ଚ ନେଇଛନ୍ତି ତାହାର ବିଧିବଦ୍ଧ ତଦନ୍ତ ହେବା ଦରକାର। ଭକ୍ତଙ୍କ ଦାନ ଟଙ୍କାକୁ ନେଇ ଯେଉଁମାନେ ଏଭଳି ବେନିୟମ କାର୍ଯ୍ୟ କରିଛନ୍ତି ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ଗିରଫ କରାଯାଉ ବୋଲି ସେନା ଦାବି କରିଛି। ସେନାର ଆବାହକ ପ୍ରିୟଦର୍ଶନ କହିଛନ୍ତି, ଓଡ଼ିଆ ଜାତିର ପ୍ରାଣକେନ୍ଦ୍ର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଧନକୁ ଲୁଟିଥିବା ଅଧିକାରୀଙ୍କୁ କଠୋର ଦଣ୍ଡ ଆମେ ଦାବି କରୁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri