ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ଜମା ପ୍ରସଙ୍ଗ:ଭିଜିଲାନ୍ସ ତଦନ୍ତ ଦାବି କଲେ ଭାଜପା, ଶ୍ରୀଜଗନ୍ନାଥ ସେନା

ପୁରୀ ଅଫିସ, ୮।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ୟେସ୍‌ ବ୍ୟାଙ୍କରେ ଜମା ରଖାଯିବାକୁ ନେଇ ବିଭିନ୍ନ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏକାଧିକ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଏଥିପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ଦାୟୀ କରିଛନ୍ତି। କାହିଁକି ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ଏତେ ପରିମାଣର ଟଙ୍କା ରଖା ନ ଯାଇ ଘରୋଇ ବ୍ୟାଙ୍କରେ ରଖାଗଲା ବୋଲି ପ୍ରଶ୍ନ କରିଛନ୍ତି। ଶନିବାର ଏହି ପ୍ରସଙ୍ଗରେ ଭିଜିଲାନ୍ସ ହସ୍ତକ୍ଷେପ ଲୋଡ଼ିିଛି ଶ୍ରୀଜଗନ୍ନାଥ ସେନା। ସେହିପରି ପୁରୀ ଜିଲା ଭାଜପା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ମୁଖ୍ୟ ପ୍ରଶାସକଙ୍କୁ ଦାବିପତ୍ର ଦିଆଯାଇଛି।

ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକଙ୍କ ନେତୃତ୍ୱରେ ସଦସ୍ୟମାନେ ସ୍ଥାନୀୟ ଦୁର୍ନୀତି ନିବାରଣ କାର୍ଯ୍ୟାଳୟରେ ପ୍ରଥମେ ଧାରଣା ଦେଇଥିଲେ। ପରେ ଭିଜିଲାନ୍ସ ଡିଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। କେଉଁ ପ୍ରଶାସନିକ ଅଧିକାରୀମାନେ ଏଭଳି ବେନିୟମ କାର୍ଯ୍ୟ କରିଛନ୍ତି। କେଉଁ କେଉଁ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ମହାପ୍ରଭୁଙ୍କର କେତେ ଟଙ୍କା ୟେସ୍‌ ବ୍ୟାଙ୍କକୁ ଟ୍ରାନ୍ସଫର କରାଯାଇଛି ବୋଲି ସେନା ପ୍ରଶ୍ନ କରିଛି। ପୂର୍ବରୁ ଏ ନେଇ ବିକ୍ଷୋଭ ଏବଂ ଥାନାରେ ଏତଲା ଦିଆଯାଇଥିବା ସତ୍ତ୍ବେ କାହିଁକି ପଦକ୍ଷେପ ନିଆଗଲା ନାହିଁ। ଏହା ପଛର ରହସ୍ୟ କ’ଣ ତାହାର ତଦନ୍ତ ହେବା ଦରକାର ବୋଲି ସେନା ଦାବି ରଖିଛି। ଏ କ୍ଷେତ୍ରରେ ଯଦି ଭିଜିଲାନ୍ସ ଟାଳଟୁଳ ନୀତି ଅମଲମ୍ବନ କରେ ତେବେ ଆଗକୁ ସିବିଆଇରେ ଅଭିଯୋଗ କରିବେ ବୋଲି ପ୍ରିୟଦର୍ଶନ କରିଛନ୍ତି। ସେହିପରି ଏହି ପ୍ରସଙ୍ଗକୁ ନେଇ ପୁରୀ ଜିଲା ଭାଜପା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିବା ସହ କିପରି ମହାପ୍ରଭୁଙ୍କ ଟଙ୍କା ସୁରକ୍ଷିତ ଭାବେ ଫେରସ୍ତ ଅଣାଯାଇପାରିବ ସେ ନେଇ ମୁଖ୍ୟ ପ୍ରଶାସକଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ପ୍ରଭଞ୍ଜନ ମହାପାତ୍ର, ସଞ୍ଜୀବ କୁମାର ମୁଖାର୍ଜୀ, ଜୟନ୍ତ କୁମାର ଦାଶ, ରାଜକିଶୋର ରାଉତ, ମନୋରଞ୍ଜନ ପ୍ରଧାନ, ଭବାନୀ ଦାସମହାପାତ୍ର, ଉମାକାନ୍ତ ନାୟକ, ଅଜିତ ମିଶ୍ର, ଦେବପ୍ରସାଦ ସ୍ବାଇଁ, ସଞ୍ଜୟ କୁମାର ସାହୁ ପ୍ରମୁଖ ଏହି ବିକ୍ଷୋଭରେ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri