Posted inଜାତୀୟ

ଘରୋଇ ହସ୍ପିଟାଲରେ କରୋନା ଚିକିତ୍ସା: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୬: ଘରୋଇ ହସ୍ପିଟାଲରେ କୋଭିଡ-୧୯ର ଚିକିତ୍ସା ପାଇଁ ଦର ନିର୍ଦ୍ଧାରଣକୁ ନେଇ କରାଯାଇଥିବା ଆବେଦନର ଶୁଣାଣି ଶୁକ୍ରବାର ସୁପ୍ରିମେକୋର୍ଟ କରିଛନ୍ତି। କୋର୍ଟ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିଛନ୍ତି। ଘରୋଇ ହସ୍ପିଟାଲରେ କୋଭିଡ-୧୯ର ଚିକିତ୍ସା ପାଇଁ ଫି ଧାର୍ଯ୍ୟ କରିବାକୁ ନେଇ ଅଭିଷେକ ଗୋୟଙ୍କାଙ୍କ ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ଶୁଣାଣି ଜଷ୍ଟିଶ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଦ୍ୱାରା କରାଯାଇଥିଲା। ଏଥିରେ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରାଯାଇଛି। ଏହାସହ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ଏକ ସପ୍ତାହ ମଧ୍ୟରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରୁ ଜବାବ ଆଣିବାକୁ କୁହାଯାଇଛି। ସେହିପରି ଆୟୁଷ୍ମାନ ଭାରତ ଯୋଜନାରେ ନିର୍ଦ୍ଧାରିତ ଦର ଅନୁଯାୟୀ ଘରୋଇ ହସ୍ପିଟାଲମାନେ କୋଭିଡ-୧୯ର ଚିକିତ୍ସା କରିବାକୁ ରାଜି କି ନା ସେ କଥା ମଧ୍ୟ କୋର୍ଟ ପ୍ରଶ୍ନ କରିଛନ୍ତି। ତେବେ ଯେଉଁ ଘରୋଇ ହସ୍ପିଟାଲ ଗୁଡିକୁ କୋଭିଡ-୧୯ ଚିକିତ୍ସା କରିବାକୁ ମାଗଣାରେ ଜମି ଯୋଗାଇ ଦିଆଯାଇଛି ସେମାନଙ୍କୁ କୋର୍ଟ ଏହି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri