ଘର ଘର ବୁଲି ସଂଗ୍ରହ ହେବ ବର୍ଜ୍ୟବସ୍ତୁ : କୃଷିବିଜ୍ଞାନ କେନ୍ଦ୍ରରେ ପ୍ରକ୍ରିୟାକରଣ

ଭଦ୍ରକ ଅଫିସ, ୧୫।୬ – ଆଉ ଡଷ୍ଟବିନ୍‌ରେ କେହି ଅଳିଆ ପକାଇବେ ନାହିଁ। ଘର ଘର ବୁଲି ପୌରପାଳିକାର ସଫେଇ କର୍ମଚାରୀ ବର୍ଜ୍ୟବସ୍ତୁ ସଂଗ୍ରହ କରିବେ। ପ୍ରତି ଘର ନିକଟରେ ହ୍ବିସିଲ ମାରି ସେମାନଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେଇ ଦୁଇଟି ଡଷ୍ଟବିନ୍‌ରେ ସମସ୍ତ ବର୍ଜ୍ୟବସ୍ତୁ ସଂଗ୍ରହ କରିବେ। ଏ ସମ୍ପର୍କରେ ପୌରପାଳିକା ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇଛି। ସେହି ଅନୁଯାୟୀ ପୌରବାସୀ ପରିବା ଚୋପା, ଅଣ୍ଡା ଖୋଳପା, ବଳକା ଖାଦ୍ୟ ପରି ଓଦା ଓ ପ୍ଲାଷ୍ଟିକ, କାଚ ପରି ଶୁଖିଲା ବର୍ଜ୍ୟବସ୍ତୁକୁ ଭିନ୍ନ ଭିନ୍ନ ପାତ୍ରରେ ରଖି ସଫେଇ କର୍ମଚାରୀଙ୍କୁ ଦେବେ। ପରେ ସଂଗୃହୀତ ଓଦା ବର୍ଜ୍ୟରୁ କମ୍ପୋଷ୍ଟ ଓ ଶୁଖିଲା ବର୍ଜ୍ୟବସ୍ତୁକୁ କମ୍ପୋଷ୍ଟ ପ୍ଲାଣ୍ଟରେ ପ୍ରକ୍ରିୟାକରଣ କରାଯିବ ବୋଲି ସୂଚନା ଦିଆଯାଇଛି। ଏହି ପ୍ରକ୍ରିୟାକୁ କାର୍ଯ୍ୟକାରୀ କରାଯାଇ ରାଣୀତାଲସ୍ଥିତ କୃଷି ବିଜ୍ଞାନକେନ୍ଦ୍ରଠାରେ କମ୍ପୋଷ୍ଟ ତିଆରି କରାଯିବ ବୋଲି ପ୍ରାଥମିକ ଆକଳନ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନରଞ୍ଜନ ଦାସ ରାଣୀତାଲ କୃଷି ବିଜ୍ଞାନକେନ୍ଦ୍ରରେ କିଭଳି କମ୍ପୋଷ୍ଟ ତିଆରି କରାଯାଉଛି ତାହା ବୁଲି ଦେଖିଥିଲେ। ପରୀକ୍ଷାମୂଳକ ଭାବେ ସହରରୁ ବାହାରୁଥିବା ବର୍ଜ୍ୟବସ୍ତୁକୁ ସେଠାରେ ପ୍ରକ୍ରିୟାକରଣ କରାଯାଇ ଜୈବସାର ପ୍ରସ୍ତୁତ କରାଯିବ। ଏ ସମ୍ପର୍କରେ ଏକ ପ୍ରାଥମିକ ପ୍ରସ୍ତୁତି ବୈଠକ କରାଯାଇ କୃଷି ବିଜ୍ଞାନକେନ୍ଦ୍ରର ବୈଜ୍ଞାନିକମାନଙ୍କ ସହିତ ଆଲୋଚନା ସରିଛି। ଏହା କାର୍ଯ୍ୟକାରୀ କରାଗଲେ ସହରର ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରାଯାଇ କାମରେ ଲଗାଯାଇପାରିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri