ଘର ଛାଡ଼ିଲେ ୨ହଜାରରୁ ଊର୍ଦ୍ଧ୍ୱ ଲୋକ : ୩ ଏନ୍‌ଡିଆର୍‌ଏଫ୍‌, ୨ ଓଡ୍ରାଫ୍‌ ଟିମ୍‌ ମୁତୟନ

ଭଦ୍ରକ ଅଫିସ, ୧୯।୫- ସମ୍ଭାବ୍ୟ ବାତ୍ୟା ଅମ୍ଫନ ମୁକାବିଲା ପାଇଁ ଭଦ୍ରକ ଜିଲା ପ୍ରଶାସନ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ କରିଛି। ଜିଲାରେ ମୋଟ ୩ଟି ଏନ୍‌ଡିଆର୍‌ଏଫ୍‌ ଓ ୨ଟି ଓଡ୍ରାଫ୍‌ ଟିମ୍‌ ମୁତୟନ ହୋଇଛନ୍ତି। ଏହା ବ୍ୟତୀତ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି। ସମୁଦ୍ରକୂଳିଆ ଅଞ୍ଚଳ ବାସୁଦେବପୁର ଓ ଚାନ୍ଦବାଲି ବ୍ଲକର ୭୨ଟି ଗାଁକୁ ହାଇଆଲର୍ଟ ଜାରି କରାଯାଇଛି। ଆବଶ୍ୟକ ପଡ଼ିଲେ ପ୍ରାୟ ୧ ଲକ୍ଷ ୬୦ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯିବ ବୋଲି ପ୍ରଶାସନ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ରିପୋର୍ଟ ଲେଖା ହେବା ସୁଦ୍ଧା ଧାମରା ଅଞ୍ଚଳର ପ୍ରାୟ ୨ହଜାର ମହିଳା ଓ ପୁରୁଷ ଘର ଛାଡ଼ି ବାତ୍ୟାଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ ହୋଇଛନ୍ତି। ୧୦୪ଟି ବାତ୍ୟାଶ୍ରୟସ୍ଥଳୀ ମଧ୍ୟରୁ ୩୦ଟି ବାତ୍ୟାଶ୍ରୟସ୍ଥଳୀକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଭାବେ ବ୍ୟବହାର କରାଯାଉଛି। ଅନ୍ୟ ୭୪ଟି ବାଦ୍‌ ପଡ଼ିଥିବା ବାତ୍ୟାଶ୍ରୟସ୍ଥଳୀ ଓ ୫୫୮ଟି ସ୍କୁଲ ଗୃହକୁ ପ୍ରଶାସନ ପକ୍ଷରୁ ଅସ୍ଥାୟୀ କ୍ୟାମ୍ପ ଭାବେ ପ୍ରସ୍ତୁତ କରାଯାଇଛି। ମଙ୍ଗଳବାର ଅପରାହ୍ନରେ ଝିପିଝିପି ବର୍ଷା ଓ କୋହଲା ପବନ ଆରମ୍ଭ ହୋଇଛି। ସମୁଦ୍ର ଅଶାନ୍ତ ହୋଇ ପଡ଼ିଥିବା ଦେଖିବାକୁ ମିଳିଛି। ପ୍ରଶାସନ ପକ୍ଷରୁ ପ୍ରାୟ ୩ଶହ ଜଣ ଗର୍ଭବତୀଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରାଯିବ ବୋଲି ଚିହ୍ନଟ କରାଯାଇଛି। ବାତ୍ୟା ମୁକାବିଲା ପାଇଁ ୯୨ଟି ପାଣି ଟାଙ୍କି, ୫୦ଟି ଜେସିବି ମେସିନ, ୩ଶହ ଜଣ ଇଲେକ୍ଟ୍ରିସିଆନ ପ୍ରସ୍ତୁତ ହୋଇ ରହିଥିବା ପ୍ରଶାସନ ସୂଚନା ଦେଇଛି। ୨୦୧୯ ‘ଫନୀ’ ବାତ୍ୟା ମୁକାବିଲାରେ ପ୍ରଶାସନ ସଫଳତା ହାସଲ କରିଥିବାରୁ ଚଳିତ ବାତ୍ୟା ଅମ୍ଫନ୍‌କୁ ମଧ୍ୟ ସଫଳତାର ସହ ମୁକାବିଲା କରିପାରିବ ବୋଲି ଜିଲା ପ୍ରଶାସନ ଆଶା ରଖିଛି। କରୋନା ମହାମାରୀ ଆତଙ୍କ ଥମି ନ ଥିବା ବେଳେ ଏବେ ଅମ୍ଫନ୍‌ର କମ୍ପନକୁ ନେଇ ସମୁଦ୍ରକୂଳିଆ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri