ଘର ନିର୍ମାଣ ୮ ବର୍ଷ ବିତିଲା, ମିଳୁନି ବକେୟା ଟଙ୍କା:ଜିଲାପାଳଙ୍କଠାରେ ଅଭିଯୋଗ କଲେ ହିତାଧିକାରୀ

ବଇଣ୍ଡା,୨୩।୬(ଡି.ଏନ.ଏ)-ଗ୍ରାମାଞ୍ଚଳରେ ବାସ କରୁଥିବା ଗରିବ ଶ୍ରେଣୀର ଲୋକଙ୍କୁ ପକ୍କା ଘର ଯୋଗାଇ ଦେବା ପାଇଁ ସରକାର ଅନେକ ଯୋଜନା ପ୍ରଚଳନ କରିଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଅନେକ ଗରିବ ଶ୍ରେଣୀର ଲୋକଙ୍କୁ ଠିକ୍‌ ସମୟରେ ଅର୍ଥ ମିଳୁ ନ ଥିବା ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ପଞ୍ଚାୟତ ଠାକୁରଗଡ଼ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ପ୍ରମୋଦ ରଣା ଇନ୍ଦିରା ଆବାସ ଯୋଜନାରେ ୨୦୧୧ରେ ଘର ନିର୍ମାଣ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ତାଙ୍କର ବକେୟା ୨୫ ହଜାର ଟଙ୍କା ମିଳିନାହିଁ। ଏ ନେଇ ସେ ଶନିବାର ଅନୁଗୋଳ ଜିଲାପାଳଙ୍କୁ ଅଭିଯୋଗପତ୍ର ମାଧ୍ୟମରେ ଜଣାଇଛନ୍ତି।
ତାଙ୍କ ଅଭିଯୋଗପତ୍ରରେ ଦର୍ଶାଯାଇଛି, ୨୦୧୦-୧୧ ଆର୍ଥିକ ବର୍ଷ ଆଠମଲ୍ଲିକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପକ୍ଷରୁ ୬।୭।୨୦୧୦ ଆଦେଶ ସଂଖ୍ୟା୨୧୨୩ ମାଧ୍ୟମରେ ପ୍ରମୋଦଙ୍କୁ ଏକ ଇନ୍ଦିରା ଆବାସ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ଦିଆଯାଇଥିଲା। ପ୍ରମୋଦ ତାଙ୍କ ଠାକୁରଗଡ଼ ମୌଜା ଖାତା ନଂ. ୧୧୫ ପ୍ଲଟ ନଂ. ୬୫୬ରେ ଏକ ଘର ନିର୍ମାଣ କରି ୩୦।୭।୨୦୧୧ ସୁଦ୍ଧା ଘର କାର୍ଯ୍ୟ ଶେଷ କରିଥିଲେ। ଘର ନିର୍ମାଣ ପାଇଁ ୪୫ ହଜାର ଟଙ୍କା ବ୍ୟୟ ଅଟକଳ ହୋଇଥିବାବେଳେ ତାଙ୍କୁ ମାତ୍ର ୨୦ ହଜାର ଟଙ୍କା ମିଳିଛି। ବଳକା ୨୫ ହଜାର ଟଙ୍କା ଏପର୍ଯ୍ୟନ୍ତ ମିଳିପାରି ନାହିଁ। ଏ ନେଇ ବାରମ୍ବାର ବ୍ଲକ କାର୍ଯ୍ୟାଳୟଠାରେ ଆବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିପାରୁ ନାହିଁ। ଫଳରେ ଘର ତିଆରି ପାଇଁ ଆଣିଥିବା ଋଣକୁ ସୁଜି ପାରୁନାହାନ୍ତି। ତୁରନ୍ତ ତାଙ୍କୁ ତାଙ୍କ ବଳକା ଅର୍ଥ ଯୋଗାଇ ଦେବା ପାଇଁ ଦାବି କରିଛନ୍ତି। ଏ ନେଇ ଆଠମଲ୍ଲିକ ବିଡିଓ ସଞ୍ଜୟ କୁମାର ଆଚାର୍ଯ୍ୟ କହିଛନ୍ତି, ୨୦୧୦ର କାର୍ଯ୍ୟାଦେଶ ହୋଇଥିବା ଯୋଗୁ ପ୍ରମୋଦଙ୍କ ବଳକା ଟଙ୍କା ଗୁଡ଼ିକ ଫେରିଯାଇଛି। ଅଭିଯୋଗ କଲେ ତୁରନ୍ତ ସେ ଅର୍ଥ ମଞ୍ଜୁର ପାଇଁ ସରକାରଙ୍କୁ ଚିଠି କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri