ଘର ପାଇଁ ପୋତିଦେଲେ ଡ୍ରେନ୍‌

ଭୁବନ, ୧୫।୩(ଡି.ଏନ.ଏ.) – ବ୍ୟକ୍ତିଗତ ସ୍ବାର୍ଥ ପାଇଁ ପୋତିଦେଲେ ଡ୍ରେନ୍‌। ନର୍ଦ୍ଦମା ପାଣି ନିଷ୍କାସନ ହେବାକୁ ବାଟ ନାହିଁ। ରାସ୍ତାରେ ଅହରହ ବୋହୁଛି ଦୁର୍ଗନ୍ଧମୟ ଆବର୍ଜନା ପାଣି। ଆଉ ତାହାରି ଉପରେ ଅସୁରକ୍ଷିତ ଭାବେ ଯାତାୟାତ କରୁଛନ୍ତି ଲୋକେ। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୨ନଂ. ଓ୍ବାର୍ଡ ଅରବିନ୍ଦ ମାର୍ଗ ରାସ୍ତାରେ। ଏନ୍‌ଏସି କର୍ତ୍ତୃପକ୍ଷ ଏହାର ପ୍ରତିକାର ବ୍ୟବସ୍ଥା କରୁ ନ ଥିବାରୁ ଅଞ୍ଚଳବାସୀଙ୍କୁ ଘାରିଛି ସଂକ୍ରାମକ ରୋଗ ଚିନ୍ତା। ଏହାକୁ ନେଇ ସେମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ତୀବ୍ର ଅସନ୍ତୋଷ।
ଭୁବନ ଏନ୍‌ଏସିର ଅନ୍ୟତମ ବ୍ୟସ୍ତବହୁଳ ରାସ୍ତା ହେଉଛି ଅରବିନ୍ଦ ମାର୍ଗ। ଏହି ପଥ ଦେଇ ଦୈନିକ ହଜାର ହଜାର ସଂଖ୍ୟାରେ ଛାତ୍ରୀଛାତ୍ର, ଜନସାଧାରଣ ଅରବିନ୍ଦ ବିଦ୍ୟାଳୟ, ବାଜି ରାଉତ କଲେଜ, ମହିଳା କଲେଜ, ବ୍ଲକ କାର୍ଯ୍ୟାଳୟ ସମେତ ବଜାରକୁ ଯାଇଥାନ୍ତି। ରାସ୍ତା କଡ଼ରେ ଘର କରିଥିବା ପରିବାରର ଆବର୍ଜନା ପାଣି ଏବଂ ଷ୍ଟାଣ୍ଡ୍‌ ପୋଷ୍ଟରୁ ବାହାରୁଥିବା ଉଦ୍‌ବୃତ୍ତ ଜଳ ଡ୍ରେନ୍‌ରେ ନିଷ୍କାସିତ ହେଉଥିଲା। ହେଲେ କେତେଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଘର କାମ ପାଇଁ ଡ୍ରେନ୍‌ ପୋତି ଦେଇଛନ୍ତି। ସେହିପରି ଡ୍ରେନ୍‌ର କେତେକ ସ୍ଥାନ ଆବର୍ଜନାରେ ପୋତି ହୋଇଯାଇଛି। ଫଳରେ ନର୍ଦ୍ଦମା ଜଳ ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଭାସୁଛି। ଏହାର ପ୍ରତିକାର କରିବାକୁ ସାହିବାସୀ ଅନେକ ଥର ଏନ୍‌ଏସି କର୍ତ୍ତୃପକ୍ଷଙ୍କ ନିକଟରେ ଗୁହାରି କରିଥିଲେ ମଧ୍ୟ ସୁଫଳ ମିଳୁ ନ ଥିବା ଅଭିଯୋଗ ହେଉଛି। ଭୁବନ ସହରର ପ୍ରମୁଖ ରାସ୍ତାର ଦୁଇପାର୍ଶ୍ୱରୁ ଜବରଦଖଲ ହଟାଇ ଡ୍ରେନ୍‌ ନିର୍ମାଣ କରାଗଲେ ଅଞ୍ଚଳବାସୀ ଉପକୃତ ହୋଇପାରନ୍ତେ ବୋଲି ମତପ୍ରକାଶ ପାଇଛି।
ଏ ସଂକ୍ରାନ୍ତରେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ କୁହନ୍ତି, ରାସ୍ତାପାର୍ଶ୍ୱରେ ଘର କରିଥିବା କେତେକ ପରିବାର ମାଟି, ବାଲି ପକାଇ ଡ୍ରେନ୍‌ ପୋତି ଦେଇଛନ୍ତି। ଅଞ୍ଚଳବାସୀ ସହଯୋଗ କଲେ ଡ୍ରେନ୍‌ ଆବର୍ଜନାମୁକ୍ତ ହୋଇପାରିବ। ସମସ୍ୟାକୁ ଗୁରୁତ୍ୱ ଦେଇ ସମାଧାନ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri