ଘର ପାଉନାହାନ୍ତି ପ୍ରକୃତ ହିତାଧିକାରୀ : ପଞ୍ଚାୟତ ଅଫିସ ଘେରିଲା ମହିଳା ସଂଘ

ଏରସମା,୩ା୮(ସ୍ବ.ପ୍ର.): ଏରସମା ବ୍ଲକ ଜିରାଇଲୋ ପଞ୍ଚାୟତର ବହୁ ଗରିବ ପରିବାର ସରକାରୀ ଯୋଜନାରେ ଘର ପାଇବାରୁ ବଞ୍ଚତ୍ତ ହୋଇଛନ୍ତି। ହିତାଧିକାରୀ ଚୟନ କରିବା ପାଇଁ ଦାୟିତ୍ୱ ନେଇଥିବା କର୍ମଚାରୀଙ୍କ ପ୍ରିୟାପ୍ରୀତି ତୋଷଣ ଯୋଗୁ ଏଭଳି ହେଉଥିବା ସେମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ୨୦ରୁ ଊର୍ଦ୍ଧ୍ୱ ମହିଳା ଜିରାଇଲୋ ପଞ୍ଚାୟତ କାଯର୍‌ୟାଳୟ ଘେରାଉ କରିଥିଲେ। ସେମାନଙ୍କ ଅଭିଯୋଗ ଅନୁଯାୟୀ, ମୋ କୁଡିଆ ଓ ବିଜୁ ପକ୍କା ଘର ଯୋଜନାରେ ହିତାଧିକାରୀ ଚୟନ କରିବାକୁ କେତେଜଣ ମହିଳା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ମାତ୍ର ସେମାନେ ପ୍ରକୃତ ହିତାଧିକାରୀଙ୍କୁ ଅଣଦେଖା କରୁଛନ୍ତି। ଆବେଦନ କରିବା ସମୟ ଶେଷ ହୋଇଥିଲେ ମଧ୍ୟ ସେମାନେ ହିତାଧିକାରୀଙ୍କୁ ଏ ସମ୍ପର୍କରେ ଅବଗତ କରାଇନାହାନ୍ତି। ଏହାର ପ୍ରତିବାଦରେ ସ୍ବସ୍ତି ସେବକ ମହିଳା ସଂଘର ସଭାପତି କୌଶଲ୍ୟା ଦାସ, ସମ୍ପାଦିକା ଅହଲ୍ୟା ଲେଙ୍କା, ବୁଢି ଜାଗୁଳାଇ ମହିଳା ସଂଘ ସଭାପତି ଟୁନି ଲେଙ୍କା, ମା’ ଚାଚଖାଇ ମହିଳା ସଂଘର ସଭାପତି ଶୈଳବାଳା ସ୍ବାଇଁ, ସମ୍ପାଦିକା ରୁକ୍ମଣୀ ଦାସଙ୍କ ସହିତ ସାବିତ୍ରୀ ଦାସ, କଲ୍ୟାଣୀ ଲେଙ୍କା, ମୀନତି ସାହୁ, ମୀନତି ବେହେରା, ସୁନେଇ ସ୍ବାଇଁ, ମମତା ସ୍ବାଇଁ, କମଳା ସୁବୁଦ୍ଧି, ମାଧୁରୀ ସେଠୀ ପ୍ରମୁଖ ପଞ୍ଚାୟତ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପଞ୍ଚାୟତର ସମ୍ପାଦକ ଦୀପକ କୁମାର ଦାସ ସେମାନଙ୍କୁ ବୁଝାସୁଝା କରିବା ସହ ବିଡିଓଙ୍କ ସହିତ ଆଲୋଚନା କରି କିଛି ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ତୁରନ୍ତ ଆଉ ଥରେ ସର୍ଭେ କରି ପ୍ରକୃତ ହିତାଧିକାରୀଙ୍କୁ ଘର ନ ଦେଲେ ବ୍ଲକ ଘେରାଉ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧବିମାନବାହୀ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?