ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ ଗହଳି ଦେଖିବାକୁ ମିଳୁଥିବାରୁ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ କରାଯାଇଛି। ସୁଲଭ ମୂଲ୍ୟରେ ପନିପରିବା ଘର ପାଖରେ ଯୋଗାଇଦେବାକୁ ଏହି ପ୍ରୟାସ କରାଯାଇଛି। ଫଳରେ ଲୋକ ମାନେ ରାସ୍ତା ବା ବଜାରକୁ ନ ଆସି ନିର୍ଦ୍ଧାରିତ ଦିନ ଓ ସମୟରେ ଘର ପାଖରେ ପନିପରିବା ସଂଗ୍ରହ କରି ପାରିବେ। ଜିଲାପାଳ ଆଶୀଷ ଥାକରେ ଏହାର ଶୁଭାରମ୍ଭ କରିଛନ୍ତି। ଏହା କେନ୍ଦୁଝର ସହରର ବିଭିନ୍ନ ୱାର୍ଡ ବା ସାହିକୁ ଯାଇ ସୁଲଭ ମୂଲ୍ୟରେ ତଟକା ପରିବା ଯୋଗାଇ ଦିଆଯିବ। କୃଷି ଉତ୍ପାଦକ ପ୍ରକଳ୍ପ ଜରିଆରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା କେତେଦୂର ଲୋକଙ୍କ ଆଶ୍ୟକତା ପୂରଣ କରିବ ଏବଂ ରାସ୍ତା ଘାଟରେ ଭିଡ଼ କମାଇବା ତାହା ଦେଖିବାକୁ ଅପେକ୍ଷା ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧକଲେ ନବୀନ ‘ରାଜାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଉ’

ଭୁବନେଶ୍ୱର,୨୪।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri