ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶୁକ୍ରବାର ପବିତ୍ର ଜାଗର ଲାଗି ରାଜଧାନୀ ଚଳଚଞ୍ଚଳ ଥିବାବେଳେ ଇନ୍‌ଫୋସିଟି ଥାନା ଅଧୀନ ସିପେଟ୍‌ ନିକଟସ୍ଥ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର ଚିନ୍ମୟ କୁମାର ସ୍ବାଇଁ (୩୧)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ସେମାନଙ୍କୁ ନ ଜଣାଇ ବ୍ୟବଚ୍ଛେଦ କରାଯିବାକୁ ଉଦ୍ୟମ ହେଉଥିବା ଅଭିଯୋଗ ଆଣି ପରିବାର ଲୋକେ ହୋହଲ୍ଲା କରିଥିଲେ। ପୋଲିସ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିିଥିଲା। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ଚିନ୍ମୟ ରାଜଧାନୀର ଏକ କନ୍‌ଷ୍ଟ୍ରକ୍‌ଶନ୍‌ କମ୍ପାନୀରେ କାମ କରୁଥିଲେ। ସିପେଟ ନିକଟରେ ଥିବା ଏକ ଘରେ ସେ ଅନ୍ୟ ଜଣେ ଯୁବକଙ୍କ ସହ ଏକାଠି ରହୁଥିଲେ। ଶୁକ୍ରବାର ଚିନ୍ମୟ ଓ ତାଙ୍କ ସାଙ୍ଗ ଉକ୍ତ ଘରେ କବାଟ ଭିତରୁ ବନ୍ଦ କରି ଶୋଇଥିଲେ। ତେବେ ବେକରେ ତାର ବନ୍ଧା ଅବସ୍ଥାରେ ଚିନ୍ମୟ ଝୁଲୁଥିବା ଦେଖିବାକୁ ମିଳିଥିଲା। ଚିନ୍ମୟଙ୍କ ସାଙ୍ଗ ଶୋଇଥିବାବେଳେ ବାହାରପଟୁ ଅନ୍ୟ ଜଣେ ବ୍ୟକ୍ତି ଝରକାରେ ଏହା ଦେଖି କବାଟ ବାଡ଼େଇଥିଲେ। ହେଲେ ଚିନ୍ମୟଙ୍କ ସାଙ୍ଗ ଉଠି ନ ଥିଲେ। ଶେଷରେ କବାଟ ଭଙ୍ଗାଯାଇ ଚିନ୍ମୟଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଚିନ୍ମୟଙ୍କ ସାଙ୍ଗଙ୍କ ଉପରେ ପୋଲିସର ସନ୍ଦେହ ଘନୀଭୂତ ହୋଇଛି। ଜଣେ ବ୍ୟକ୍ତି ଶୋଇଥିବାବେଳେ ଅନ୍ୟ ଜଣେ କିପରି ଆତ୍ମହତ୍ୟା କଲେ ଅଥଚ ସେ ଜାଣି ପାରିଲେ ନାହିଁ ତାହା ଏବେ ପ୍ରଶ୍ନବାଚୀ ହୋଇଛି। ଏ ନେଇ ପୋଲିସ ଚିନ୍ମୟଙ୍କ ସେହି ସାଙ୍ଗଙ୍କୁ ପଚରାଉଚରା କରୁଛି। ଅନ୍ୟପକ୍ଷରେ ସମ୍ପୃକ୍ତ ସାଙ୍ଗ କହିଛନ୍ତି ଯେ, ଉଭୟ ଭାଙ୍ଗପଣା ପିଇ ଶୋଇଥିଲୁ। ମୋତେ ନିଦ ହୋଇଯାଇଥିବାରୁ କ’ଣ ହୋଇଛି ମୁଁ ଜାଣିନାହିଁ। ମୋତେ ଅନ୍ୟ ଜଣେ ପାଣି ପକାଇ ଉଠାଇବା ପରେ ଚିନ୍ମୟ ବେକରେ ତାର ଲଗାଇ ଝୁଲୁଥିବା ଦେଖିବାକୁ ପାଇଲି। କ’ଣ ପାଇଁ ସେ ଏଭଳି କରିଛନ୍ତି ମୁଁ କିଛି ଜାଣିନାହିଁ। ଏ ସଂକ୍ରାନ୍ତରେ ଥାନା ଅଧିକାରୀ ବିଶ୍ୱଜିତ୍‌ ମହାନ୍ତି କହିଛନ୍ତି, ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri